ବିଓଆଇର ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୭।୮: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଆୟୋଜିତ ଏକ ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଓଆଇର ମୁମ୍ବାଇସ୍ଥିତ ମୁଖ୍ୟ କାର୍ଯ୍ୟାଳୟର ମୁଖ୍ୟ ମହାପ୍ରବନ୍ଧକ ସୁଧୀରଞ୍ଜନ ପାଢ଼ୀ ସମ୍ମାନିତ ଅତିଥି ଭାବେ ଯୋଗଦେବା ସହ ଗ୍ରାହକମାନଙ୍କୁ ସେମାନଙ୍କର ବ୍ୟାଙ୍କ ପ୍ରତି ଥିବା ସମର୍ଥନ ପାଇଁ କୃତଜ୍ଞତା ଜଣାଇବା ସହିତ ଆର୍ଥିକ ଅଭିବୃଦ୍ଧି ପାଇଁ ବିଓଆଇ ବ୍ୟବସାୟ ତଥା ବ୍ୟକ୍ତିବିଶେଷଙ୍କୁ ସହାୟତା ପ୍ରଦାନ କରିବା ଜାରି ରଖିବ ବୋଲି ପ୍ରତିଶ୍ରୁ୍ରତି ଦେଇଥିଲେ।

ସେହିଭଳି ସାମାଜିକ ସୁରକ୍ଷା ଯୋଜନା ଏହଂ ବିଭିନ୍ନ ଡିଜିଟାଲ ଉପତ୍ାଦ ଯଥା ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା (ପିଏମ୍‌ଏସ୍‌ବିୱାଇ), ପ୍ରଧାନମନ୍ତ୍ରୀ ଜୀବନଜ୍ୟୋତି ବୀମା ଯୋଜନା (ପିଏମ୍‌ଜେଜେବିୱାଇ ), ଅଟଳ ପେନ୍‌ସନ ଯୋଜନା (ଏପିୱାଇ), ମୋବାଇଲ ବ୍ୟାଙ୍କିଙ୍ଗ୍‌, କ୍ୟୁ ଆର୍‌ କୋଡ୍‌, ପିଓଏସ୍‌ ଆଦିକୁ କାର୍ଯ୍ୟକାରୀ କରାଇବାରେ ବିଓଆଇ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଅପରପକ୍ଷରେ ବ୍ୟାଙ୍କ ପକ୍ଷରୁ ୧୦୦ କୋଟି ଟଙ୍କାର ଋଣ ଅନୁମୋଦନ କରାଯାଇଥିବା ବେଳେ ସରକାରୀ ଯୋଜନାର ହିତାଧିକାରୀମାନଙ୍କୁ ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଥିଲା। ବିଶେଷକରି ଏମ୍‌ଏସ୍‌ଏମ୍‌ଇ, କୃଷି, ରିଟେଲ୍‌, ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା, ସ୍ବୟଂ ସହାୟକ ଗୋଷ୍ଠୀ ଋଣ, ଷ୍ଟାଣ୍ଡ୍‌ ଅପ୍‌ ଇଣ୍ଡିଆ, ପ୍ରଧାନ ମନ୍ତ୍ରୀ ସ୍ବନିଧି ଯୋଜନା ଅଧୀନ ଋଣ ଏହି ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇଥିଲା।

ଏହି ଅବସରରେ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏନ୍‌ବିଜି-ଓଡିଶାର ମହାପ୍ରବନ୍ଧକ ବିକ୍ରମ କେଶରୀ ମିଶ୍ର,ଏନ୍‌ବିଜି-ଓଡ଼ିଶାର ଉପ-ମହାପ୍ରବନ୍ଧକ ଆର୍‌.ଏନ୍‌ . ସରକାର, ବ୍ୟାଙ୍କର ଭୁବନେଶର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ଏସ୍‌.ମଳୟ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଏହି ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ ଗ୍ରାହକମାନଙ୍କ ପ୍ରତି ଥିବା ବ୍ୟାଙ୍କର ପ୍ରତିବଦ୍ଧତାକୁ ଦର୍ଶାଉଛି। ବ୍ୟାଙ୍କର ଏହି ପଦକ୍ଷେପ ଗ୍ରାହକମାନଙ୍କ ବିଶ୍ୱାସକୁ ଦୃଢୀଭୂତ କରିବା ସହ ବ୍ୟାଙ୍କକୁ ଏକ ଉତ୍ତମ ବ୍ୟାଙ୍କିଙ୍ଗ୍‌ ପାର୍ଟନର ରୂପେ ଅବସ୍ଥାପିତ କରିପାରିବ। ଉକ୍ତ କାର୍ଯ୍ୟକ୍ରମରେ ୧୨୦ଜଣରୁ ଊର୍ଦ୍ଧ୍ୱ ଗ୍ରାହକ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri