ବିଓଆଇର ଗ୍ରାହକ ସନ୍ତୁଷ୍ଟି ସମ୍ମିଳନୀ

ଭୁବନେଶ୍ୱର,୨୭।୮ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଗ୍ରାହକ ସନ୍ତୁଷ୍ଟି ସମ୍ମିଳନୀ’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଅନୁଗୋଳର ଏକ ତାରକା ହୋଟେଲରେ ବ୍ୟାଙ୍କର କେନ୍ଦୁଝର ଅଞ୍ଚଳ ଆନୁକୂଲ୍ୟରେ ତାଳଚେର ଓ ଅନୁଗୋଳ ଅଞ୍ଚଳର ଗ୍ରାହକଙ୍କୁ ନେଇ ଏକ ଗ୍ରାହକ ସନ୍ତୁଷ୍ଟି ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି ଅବସରରେ ବିଓଆଇର କ୍ଷେତ୍ର ମହାପ୍ରବନ୍ଧକ ବିକାଶ କ୍ରିଷ୍ଣା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ସମ୍ମିଳନୀରେ ଯୋଗ ଦେଇଥିବା ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, ଡାକ୍ତର, ବ୍ୟବସାୟୀ ଓ ବ୍ୟାଙ୍କର ମୂଲ୍ୟବାନ ଗ୍ରାହକଙ୍କ ସହ ବିକାଶ ବ୍ୟାଙ୍କିଙ୍ଗ ସେବାର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରିଥିଲେ।
ସେହିଭଳି ବିଓଆଇ ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ପ୍ରବନ୍ଧକ ହୀମାଦ୍ରି ଶେଖର ଦାଶ, ସହକାରୀ ମହାପ୍ରବନ୍ଧକ ଲଳିତ ମହାନ୍ତି, ଅନୁଗୋଳ ଶାଖା ପରିଚାଳକ ବାବୁଲା ପ୍ରଧାନ ଏବଂ ତାଳଚେର ଶାଖା ପ୍ରବନ୍ଧକ ଶାଶ୍ୱତୀ ପ୍ରଧାନ ପ୍ରମୁଖ ଗ୍ରାହକଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିଥିଲେ। ଏହି ଆଲୋଚନାଚକ୍ରରେ ବ୍ୟାଙ୍କ ଗ୍ରାହକଙ୍କୁ ଉତ୍ତମ ସେବା ଯୋଗାଇଦେବା ସହିତ ଗ୍ରାହକଙ୍କୁ ଅଗ୍ରାଧିକାର ଦେଇ କାର୍ଯ୍ୟ କରିବା ନେଇ ଉପସ୍ଥିତ ଗ୍ରାହକଙ୍କଠାରୁ ଅଧିକାରୀମାନେ ମତାମତ ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ବିକାଶ କ୍ରିଷ୍ଣା ବ୍ୟାଙ୍କର ମୂଲ୍ୟବାନ ଗ୍ରାହକଙ୍କ ସହ ସିଧା କଥା ହୋଇ ଗ୍ରାହକ ସେବା ବିକାଶ ଦିଗରେ ଆବଶ୍ୟକ ଆଲୋଚନା କରି ତୁରନ୍ତ ତାହା ଉପରେ କାର୍ଯ୍ୟ କରିବାକୁ ବ୍ୟାଙ୍କ କର୍ମଚାରୀମାନଙ୍କୁ କହିଥିଲେ। ସେହିପରି ଏହି ଗ୍ରାହକ ସନ୍ତୁଷ୍ଟି କାର୍ଯ୍ୟକ୍ରମ ମାଧ୍ୟମରେ ୧୭ କୋଟି ଟଙ୍କାର ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ପାଇଁ ଋଣ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ...

ରିଲାଏନ୍ସ ଡିଜିଟାଲରେ ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୨୬।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ଦୀପାବଳିରେ ମଧ୍ୟ ରିଲାଏନ୍ସ ଡିଜିଟାଲର ଇଲେକ୍ଟ୍ରୋନିକ୍ସ ମହୋତ୍ସବ ପାଳନ କରାଯାଉଛି। ଏପରିକି ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ...

ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ...

ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ...

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ...

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri