ଓଳଟି ପଡ଼ିଲା ବୋଲେରୋ: ଜଣେ ଶ୍ରମିକ ମୃତ, ୪ ଆହତ

ଲାଞ୍ଜିଗଡ଼,୮।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଛତ୍ରପୁର ପଞ୍ଚାୟତ ଭାଟଗୁଡ଼ା ଗାଁ ଶିବ ମନ୍ଦିର ନିକଟ ଏକ ବୁଲାଣିରେ ରବିବାର ଭାରସାମ୍ୟ ହରାଇ ଏକ ବୋଲେରୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ଜୁନାଗଡ଼ ଥାନା କୁଟେନ ଗାଁର ବିରଞ୍ଚି ମାଝି (୪୫)ଙ୍କ ମୃତ୍ୟୁ ଘଟିଥିବା ବେଳେ ଆହତ ୪ଜଣଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, ୫ଜଣ ଶ୍ରମିକ କମ୍ପାନୀରେ କାମ ସାରି କମ୍ପାନୀରେ ଭଡାରେ ଲାଗିଥିବା ଏକ ବୋଲେରୋରେ ଘରକୁ ଫେରୁଥିଲେ। ଭାଟଗୁଡା ଶିବ ମନ୍ଦିର ନିକଟରେ ବୋଲେରୋ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ବୋଲେରୋରେ ବସିଥିବା ୫ଜଣ ଶ୍ରମିକଙ୍କ ମଧ୍ୟରୁ ବିରଞ୍ଚିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୪ଜଣ କେଟେନ ଗାଁର ଦୟାନିଧି ମାଝି ଓ ବଲାଙ୍ଗୀର ଜିଲାର ଜ୍ୟୋତିରଞ୍ଜନ କୁମାର, ଆଶୁତୋଷ କୁମାର, ଟିକଚନ ସେଠୀ ଗୁରୁତର ହୋଇଛନ୍ତି। ଖବର ପାଇ ଲାଞ୍ଜିଗଡ଼ ଥାନା ଅଧିକାରୀ ବିଜୟଲଷ୍ମୀ ହିକକାଙ୍କ ନେତୃତ୍ୱରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ୫ଜଣଙ୍କୁ ଲାଞ୍ଜିଗଡ଼ ସିଏଚସିକୁ ଆଣିବା ପରେ ଡାକ୍ତର ବିରଞ୍ଚିଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଅନ୍ୟ ୪ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଲିମିଟେଡର ସହଯୋଗୀ କମ୍ପାନୀ ପିଏପିଏଲରେ କାମ କରୁଥିବା ୫ଜଣ ଶ୍ରମିକ ବୋଲି ଜଣାପଡିଛି। ବୋଲେରରେ ସ୍ଥାନୀୟ ହରେକୃଷ୍ଣପୁର ଗାଁର ରଘୁନାଥ ବିଶି ଡ୍ରାଇଭର ରହିଥିବା ବେଳେ ସେ ସୁରକ୍ଷିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ...

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri