କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ ସୋନୁ ନିଗମ, ସୁରେଶ ଓ୍ବାଡେକର ପ୍ରମୁଖ  ବଡ଼ବଡ଼ ଷ୍ଟାର୍‌ ଆସିବାର କାର୍ଯ୍ୟକ୍ରମ ରହିଛି। ନୂଆ ଡ୍ରୋନ୍‌ ଶୋ’ ଓ ଲେଜର ଶୋ’ରେ ଦର୍ଶକ ମଜା ନେବେ। ବାଲିଯାତ୍ରା କଟକ ଇନ୍‌ କଟକ ଥିମ୍‌ ରହିବ ଓଡ଼ିଆ ଅସ୍ମିତା, ଓଡ଼ିଆ ସିନେମା। ସବୁଜ ବାଣ ପ୍ରଦର୍ଶନୀ ହେବ ବୋଲି ଜିଲାପାଳ କହିଛନ୍ତି ।

ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ବାଲିଯାତ୍ରାରେ ଟ୍ରାଫିକ୍‌ ପରିଚାଳନା ଓ ଟଏଲଟ୍‌ ସମସ୍ୟାକୁ ଗୁରୁତ୍ବ ଦିଆଯାଉଛି। ଶୃଙ୍ଖଳିତ ଓ ସୁରକ୍ଷିତ ବାଲିଯାତ୍ରା କରାଯିବା ନେଇ ମଧ୍ୟ ଗୁରୁତ୍ବ ଦିଆଯିବ ବୋଲି ଜିଲାପାଳ କହିଛନ୍ତି।

କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ ।

ବାଲି ଅର୍ଥାତ୍ ଅଧୁନ ଇଣ୍ତୋନେସିଆର ବାଲିଦ୍ୱୀପ ଯାହା ସହ କଳିଙ୍ଗର ନୌବାଣିଜ୍ୟ ସମ୍ପର୍କ ରହିଥିଲା । ଓଡ଼ିଆ ସାଧବ ପୁଅ ଅର୍ଥାତ୍ ବଣିକ ଗୋଷ୍ଠିର ପ୍ରତିନିଧି ଗଣ ବାଲି ଦ୍ୱୀପ ସହ ଯାଭା, ସୁମାତ୍ରା, ବୋର୍ଣିଅ ଦ୍ୱୀପମାନଙ୍କ କାର୍ତ୍ତିକ ପୂର୍ଣ୍ଣିମା ଦିନ ଗମନ କରୁଥିଲେ ଏବଂ ବ୍ୟବସାୟରୁ ପ୍ରାପ୍ତ ଧନସମ୍ପଦ ଉତ୍କଳର ଅର୍ଥନୀତିକୁ କରୁଥିଲେ ସମୃଦ୍ଧ । ଯଦିଓ ଅନ୍ୟାନ୍ୟ ଅଞ୍ଚଳ ସହ ବାଣିଜ୍ୟିକ ସମ୍ପର୍କ ରହିଥିଲା, କିନ୍ତୁ ବାଲି ଦ୍ୱୀପ ପେଣ୍ଠସ୍ଥଳୀ ଭାବେ ପରିଗଣିତ ଥିଲା । ଏଣୁ ଏଭଳି ନାମକରଣ କରାଯାଇଥିବା ଅନୁମାନ କରାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ୫୮ ୟୁନିଟ୍‌ ରକ୍ତ ସଂଗ୍ରହ କଲେ ଦଳୀୟ କର୍ମୀ

ଦାରିଙ୍ଗବାଡ଼ି,୧୬ା୧୦(ଅରୁଣ ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଦାରିଙ୍ଗବାଡ଼ି ବିଜେଡି କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ...

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ...

ମାଁ ପଁରାପାଟ ଦେବୀଙ୍କ ପାର୍ବଣ ମହୋତ୍ସବ: ଯୁଗାରଯାତ୍ରାରେ ସାମିଲ ହେଲେ ଶତାଧିକ ଶ୍ରଦ୍ଧାଳୁ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ମାଁ ପଁରାପାଟ ମନ୍ଦିରରେ ପାର୍ବଣ ମହୋତ୍ସବ ଚାଲିଛି। ଏହି କ୍ରମରେ ବୁଧବାର ଯୁଗାରଯାତ୍ରା ହୋଇଥିଲା। ବରାହଗୋଡ଼ା, ଆମସଢ଼ା,...

୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍‌ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା...

ଏମ୍‌ପିଙ୍କ ପୋଷ୍ଟର ଚିରିଦେଲେ ଦୁର୍ବୃତ୍ତ, ସିସିଟିଭି ଦେଖି…

ବାଲିଗୁଡ଼ା,୧୬ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନରେ କନ୍ଧମାଳ ଏମ୍‌ପିଙ୍କ ଏକ ଶୁଭେଚ୍ଛା ବାର୍ତ୍ତା ପୋଷ୍ଟରକୁ କୌଣସି ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ଚିରି...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି  ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri