ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ: ଆଲର୍ଟ ଜାରି

ଭୁବନେଶ୍ବର,୨୪।୧୦: ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗୁରୁବାର ବୋମା ଆତଙ୍କ ଖେଳିଯାଇଛି। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ ଆସିବା ପରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଧମକପୂର୍ଣ୍ଣ କଲ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ କରାଯିବା ସହ ବିମାନ ବନ୍ଦରରେ କଡ଼ାକଡି ଯାଞ୍ଚ କରାଯାଉଛି।

ଏନେଇ ଭୁବନେଶ୍ବର ଏୟାରପୋର୍ଟ ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ବୋମା ଥିବା ନେଇ ଏକ ହୋକ୍ସ କଲ ରିସିଭ ହୋଇଥିଲା। ଏୟାର ଆକାଶ ବିମାନରେ ବୋମା ଥିବା ସୂଚନା ଆସିଥିଲା। ଏକ୍ସ ଜରିଆରେ ଏମିତି ଏକ ସୂଚନା ପହଞ୍ଚିଥିଲା। ଏନେଇ ଏସଓପି ଫଲୋ କରି ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଇଛି।

ସୂଚନାଯୋଗ୍ୟ, ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ଭାରତୀୟ ବିମାନ ଚଳାଚଳ କମ୍ପାନୀର ଫ୍ଲାଇଟ୍‌ଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ ଆସୁଥିବାରୁ ଦେଶରେ ବିମାନ ସେବା ପ୍ରଭାବିତ ହୋଇଛି। ଏଥିଯୋଗୁ ଏୟାରଲାଇନ୍ସଗୁଡ଼ିକୁ ବହୁ କୋଟି ଟଙ୍କା କ୍ଷତି ସହିବାକୁ ପଡ଼ୁଛି। ଏଭଳି ସମୟରେ ରବିବାର ଦିଲ୍ଲୀର ରୋହିଣୀସ୍ଥିତ ଏକ ସ୍କୁଲ ନିକଟରେ ବିସ୍ଫୋରଣ ଘଟିବା ସୁରକ୍ଷା ଏଜେନ୍ସିଗୁଡ଼ିକ ପାଇଁ ଚ୍ୟାଲେଞ୍ଜ ପାଲଟିଛି। ବାରମ୍ବାର ଏଭଳି ଧମକ ସତ୍ତ୍ୱେ ଧମକଦାତାଙ୍କୁ ପୋଲିସ ଧରି ନ ପାରିବା ଚିନ୍ତାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ

ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି...

ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର

ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର...

ଶୁକ୍ରବାର ଏହି ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୧୦: ଶୁକ୍ରବାର କନ୍ଧମାଳ ଜିଲାରେ ବନ୍ଦ ରହିବ ସ୍କୁଲ। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଜିଲା ଶିକ୍ଷାଧିକାରୀ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି। ଏହା ପୂର୍ବରୁ...

‘ଦାନା’ ପ୍ରଭାବ: ଭୁବନେଶ୍ୱରରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ...

ଉପକୂଳ ମୁହାଁ ହେଉଛି ‘ଦାନା’, ପାରାଦୀପରୁ ମାତ୍ର ଏତିକି କିମି ଦୂରରେ ରହିଛି…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ...

ବଡ଼ ସୂଚନା: ଦୁର୍ବଳ ହେବ ନାହିଁ ବାତ୍ୟା, ଭୀଷଣ ରୂପ ନେଇ ସ୍ଥଳଭାଗ ଛୁଇଁବ

ଭୁବନେଶ୍ୱର,୨୪।୧୦: ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍‌ଡି ଡିଜି...

ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୪।୧୦: ଆଗାମୀ ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସମ୍ଭାବ୍ୟ ବାତ୍ୟା ’ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର...

ଆଉ ୧୮୦ କିମି ଦୂରରେ ‘ଦାନା’; ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ନେଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତ୍ରରେ ଏହା ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri