ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।

କୁଶପଡ଼ା ଗ୍ରାମର ଗାଡ଼ି ଚାଳକ ଶତ୍ରୁଘ୍ନ ସେଠୀ ଶନିବାର ସା ପ୍ରାୟ ସାଢ଼େ ୬ଟାରେ ବାଇକ୍‌ ଯୋଗେ କଲ୍ୟାଣପୁର ଗାଁରୁ ଦିଗପହଣ୍ଡି ଫେରୁଥିବା ବେଳେ ପଦ୍ମନାଭପୁର ଗାଁ ଶନି ମନ୍ଦିର ନିକଟରେ ପଦ୍ମନାଭପୁର ଗାଁର ଜଗା ସେଠୀ, ବଳିଆ ସେଠୀ ଏବଂ ଚନ୍ଦନ ସେଠୀ ତାଙ୍କୁ ହତ୍ୟା ଉଦ୍ଦେଶ୍ୟରେ ବୋମା ମାଡ଼ କରିଥିଲେ।

ହେଲେ ସେ କୌଶଳ କ୍ରମେ ଖସି ଆସି ଦିଗପହଣ୍ଡି ମେନ୍‌ରୋଡ଼ରେ ଥିବା ଏକ ଘରୋଇ ଫାଇନାନ୍ସ କାର୍ଯ୍ୟାଳୟ ସମ୍ମୁଖରେ ଠିଆ ହୋଇଥିବା ବେଳେ ତାଙ୍କୁ ପିଛା କରି ସେମାନେ ଏକ ବୁଲେଟ୍‌ରେ ଆସି ପୁଣି ତାଙ୍କୁ ଲକ୍ଷ୍ୟ କରି ଲଗାତାର ୨ ଟି ବୋମା ଫିଙ୍ଗିଥିଲେ। ସେ ଦୌଡ଼ି ପଳାଇଯିବାରୁ ଅଳ୍ପକେ ମରଣମୁହଁରୁ ବର୍ତ୍ତି ଯାଇଥିଲେ।

ପ୍ରାୟ ୪ ମାସ ତଳେ ଶତ୍ରୁଘ୍ନଙ୍କ ସହ ସେମାନଙ୍କ ବଚସା ହେବା ସହ ଧସ୍ତାଧସ୍ତିି ହୋଇଥିଲା। ଗଣ୍ଡଗୋଳ ମାମଲାରେ ଗିରଫ ହୋଇ ଜଗା ସେଠୀ କିଛିଦିନ ତଳେ ଜେଲରୁ ଜାମିନରେ ମୁକୁଳି ଥିଲେ। ଜେଲ ଫେରନ୍ତା ଜଗା ତାଙ୍କୁ ବୋମାମାଡ କରିଥିବା ଶତ୍ରୁଘ୍ନ ପୋଲିସକୁ କହିଛନ୍ତି।

ବୋମାମାଡ଼ ଖବରପାଇ ବ୍ରହ୍ମପୁର ଏସ୍‌ପି ଡ଼. ସର୍ବଣା .ଏମ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଥାନାରେ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିବା ପରେ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଶତ୍ରୁଘ୍ନ ଏତଲା ଦେବା ପରେ ଅଭିଯୁକ୍ତଙ୍କ ନାଁରେ ଥାନାରେ ଏକ ମାମଲା(ନଂ.୪୨୦/୨୪) ରୁଜୁ ହୋଇଛି। ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ସୋଫିଆ ମିଶ୍ର ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢାଉ କରିଥିଲେ ମଧ୍ୟ ସେମାନେ ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୭ ଶହ ୨୨ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ: ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ,...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri