ପରୀକୁ ନ୍ୟାୟ ବିରୋଧୀଙ୍କ ଦାବି

ଭୁବନେଶ୍ୱର,୨୭।୧୧(ବ୍ୟୁରୋ):ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀକୁ ନ୍ୟାୟ ଜିଦ୍‌ରେ ବିରୋଧୀ ଅଟଳ। ବୁଧବାର ପରୀ ହତ୍ୟା ପ୍ରସଙ୍ଗରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖି ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ କରିବ ବୋଲି ଘୋଷଣା କରିଥିଲେ ମଧ୍ୟ ଶାନ୍ତ ପଡ଼ିନାହାନ୍ତି ବିରୋଧୀ। ଫଳସ୍ବରୂପ ଗୁରୁବାର ଦିନତମାମ ବିଧାନସଭା ଚାଲିପାରି ନ ଥିଲା। କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ଉଭୟ ବିରୋଧୀ ଭାଜପା ଓ କଂଗ୍ରେସ ପ୍ରବଳ ହଟ୍ଟଗୋଳ କରିଥିଲେ। ବିରୋଧୀଙ୍କ ହୋହଲ୍ଲା, ନାରାବାଜି ଓ ପ୍ଲାକାର୍ଡ ପ୍ରଦର୍ଶନ ଯୋଗୁ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରାଯାଇଥିଲା। ଅପରାହ୍ନରେ ଏ ପ୍ରସଙ୍ଗରେ ମନ୍ତ୍ରୀ ସାହୁ ନିଜର ବ୍ୟକ୍ତିଗତ ସ୍ପଷ୍ଟୀକରଣ ରଖିବା ସତ୍ତ୍ୱେ ବିରୋଧୀ ସଦସ୍ୟମାନେ ତାଙ୍କ ଇସ୍ତଫା ଜିଦ୍‌ରୁ ଓହରି ନ ଥିଲେ। ହଟ୍ଟଗୋଳ ଜାରି ରହିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି।
ଗୁରୁବାର ଗୃହକାର୍ଯ୍ୟ ଆରମ୍ଭ ହେବାକ୍ଷଣି ଭାଜପା ଓ କଂଗ୍ରେସ ବିଧାୟକମାନେ ପରୀ ହତ୍ୟା ମାମଲାରେ କୃଷିମନ୍ତ୍ରୀଙ୍କ ଇସ୍ତଫା ଦାବିକରି ନାରାବାଜି କରିଥିଲେ। ଭାଜପା ବିଧାୟକମାନେ ପ୍ଲାକାର୍ଡ ପ୍ରଦର୍ଶନ କରି ହଟ୍ଟଗୋଳ କରିଥିବାବେଳେ କଂଗ୍ରେସ ବିଧାୟକମାନେ ମଧ୍ୟ ଏଥିରେ ସାମିଲ୍‌ ହୋଇଥିଲେ। ଗୃହର ମଧ୍ୟଭାଗକୁ ଯାଇ ବିରୋଧୀ ପ୍ରବଳ ହଟ୍ଟଗୋଳ କରିବା ସହ ବାଚସ୍ପତିଙ୍କ ପୋଡିୟମ୍‌ ଆଗରେ ଲାଗିଥିବା କୋଭିଡ୍‌ ସୁରକ୍ଷା କାଚକୁ ବାଡ଼େଇଥିଲେ। ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ସଦସ୍ୟମାନେ ଶାନ୍ତ ପଡ଼ି ନ ଥିଲେ। ଫଳରେ ଉପବାଚସ୍ପତି ଗୃହକୁ ପ୍ରଥମେ ୧୦ଟା ୩୪ରୁ ୨୦ ମିନିଟ ପାଇଁ ମୁଲତବୀ ଘୋଷଣା କରିଥିଲେ। ୧୦ଟା ୫୪ରୁ ପୁନଃ ଗୃହକାର୍ଯ୍ୟ ଆରମ୍ଭ ହେବାକ୍ଷଣି ବିରୋଧୀ ସଦସ୍ୟ ଗୃହର ମଧ୍ୟଭାଗକୁ ଯାଇ ପୁଣିଥରେ ନାରାବାଜି କରିଥିଲେ। ଗୃହରେ ଅଚଳାବସ୍ଥା ଜାରି ରହିବାରୁ ବାଚସ୍ପତି ୧୦ଟା ୫୭ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଥିଲେ। ଅପରାହ୍ନ ଅଧିବେଶନରେ ଅତିରିକ୍ତ ବଜେଟକୁ ନେଇ ଆଲୋଚନା ହେବାକୁ ଥିବାବେଳେ ପୁଣିଥରେ ସମାନ ସ୍ଥିତି ଉପୁଜିଥିଲା। ହଟ୍ଟଗୋଳ ଜାରି ରହିବାରୁ ୧୫ ମିନିଟ୍‌ ଲେଖାଏ ଦୁଇଥର ଗୃହକୁ ମୁଲତବୀ ରଖାଯାଇଥିଲା। ଏହାପରେ ହୋହଲ୍ଲା ଭିତରେ ବାଚସ୍ପତି ପାତ୍ର ମୁଲତବୀ ପ୍ରସ୍ତାବ ଆଲୋଚନା ପାଇଁ ସମୟ ନିର୍ଦ୍ଧାରଣ ସମ୍ପର୍କରେ ଘୋଷଣା କରିବା ସହ ମନ୍ତ୍ରୀ ସାହୁଙ୍କୁ ବ୍ୟକ୍ତିଗତ ସ୍ପଷ୍ଟୀକରଣ ରଖିବାକୁ କହିଥିଲେ। ତେବେ ମନ୍ତ୍ରୀଙ୍କ ସ୍ପଷ୍ଟୀକରଣ ପରେ ବି ବିରୋଧୀ ଦଳ ସଦସ୍ୟମାନେ ଇସ୍ତଫା ଦାବି ଜିଦ୍‌ରେ ଅଟଳ ରହିଥିଲେ। ନାରାବାଜି କରିବା ସହ ହଟ୍ଟଗୋଳ ଜାରି ରହିବାରୁ ବାଚସ୍ପତି ଗୃହକୁ ମୁଲତବୀ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri