ଉପରସେମ୍ବି ଗ୍ରାମ ଜଙ୍ଗଲରେ ପଡିରହିଛି ସୀମା ଚିହ୍ନଟ ଖୁଣ୍ଟି: ଫଟୋ,ଭିଡ଼ିଓ ଭାଇରାଲ

ପଟ୍ଟାଙ୍ଗି,୨୧ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧିନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଉପରସେମ୍ବି ଗ୍ରାମର ଜଙ୍ଗଲରେ ପଡି ରହିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏହାକୁ ନେଇ ପଡୋଶୀ ଆନ୍ଧ୍ରର ସିପିଆଇଏମ୍‌ ଦଳ ପକ୍ଷରୁ ନିନ୍ଦା କରାଯାଇଥିବା ବେଳେ ଏହା କାହାର କାର୍ଯ୍ୟ ହୋଇଥିବା ନେଇ ପ୍ରଶ୍ନ ଉଠୁଛି। ପଡି ରହିଥିବା ସୀମା ଖୁଣ୍ଟି ଓ ପୋତା ହେବା ପୂର୍ବରୁ ଭିତ୍ତିପ୍ରସ୍ତର ପାଇଁ ଭଙ୍ଗା ଯାଇଥିବା ନଡିଆର ଭିଡ଼ିଓ ଏବଂ ଫଟୋ ଭାଇରାଲ ହେବାରେ ଲାଗିଛି। ଏ ନେଇ ଓଡ଼ିଶାର ପ୍ରଶାସନ ନିକଟରେ କୌଣସି ଖବର ନ ଥିବା ଚର୍ଚ୍ଚା ଜୋର ଧରିଛି। ଏହି ଗ୍ରାମ ଜଙ୍ଗଲରେ ପଡିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ନେଇ ଆନ୍ଧ୍ରର ସିପିଆଇଏମ୍‌ ଦଳର ସାଲୁର ବ୍ଲକ୍‌ର ସଚିବ ମାରି ଶ୍ରୀନିବାସ ଆନ୍ଧ୍ର ସରକାର କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମବାସୀଙ୍କୁ ସୁରକ୍ଷା ଦେବା ଆବଶ୍ୟକ ବୋଲି ଦାବି କରିଛନ୍ତି। ଦୀର୍ଘ ବର୍ଷ ଧରି ଏହି ପଞ୍ଚାୟତର ସୀମା ବିବାଦ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମାଧାନ ହୋଇପାରୁ ନାହିଁ। ଏହି ସ୍ଥିତିରେ ସୀମାନ୍ତବାସୀ ଅନେକ ଅସୁବିଧାର ସମ୍ମୁଖୀନ ହୋଇ ଜୀବନଯାପନ କରୁଥିବା ଓ ପୋଲିସ ଫୋର୍ସ ବଳରେ ଖଣି ସୀମା ଚିହ୍ନଟ ଖୁଣ୍ଟି ଲଗାଇବା ପରି କାର୍ଯ୍ୟ ଠିକ୍‌ ନୁହେଁ। ଏହିପରି କାର୍ଯ୍ୟକୁ ନେଇ ସୀମାନ୍ତରେ ଥିବା ଆଦିବାସୀମାନେ ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେବେ ବୋଲି ସେ ସୂଚନା ଦେଇଛନ୍ତି।
ଏ ସମ୍ପର୍କରେ ସ୍ଥାନୀୟ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କୁ ଯୋଗାଯୋଗ କରାଯିବାରୁ ଏ ନେଇ ମୋ ନିକଟରେ କୌଣସି ସୂଚନା ନାହିଁ। ବ୍ଲକ୍‌ ପ୍ରଶାସନ ସହ ଆଲୋଚନା କରି ମତାମତ ଦେବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ସାଜିଲା କାଳବୈଶାଖି, ସ୍କୁଲରେ ଆଶ୍ରୟ ନେଲେ କ୍ଷତିଗ୍ରସ୍ତ

ଦେବଗଡ଼ ,୨୩।୩(ଶଶାଙ୍କ ଶେଖର ଝାଙ୍କର): କାଳ ସାଜିଲା କାଳବୈଶାଖି । କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି । କ୍ଷତିଗ୍ରସ୍ତ ଲୋକଙ୍କୁ ଗାଁ ସ୍କୁଲରେ ଆଶ୍ରୟ ଦେଲା...

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

ଇଫ୍‌ତାର ପାର୍ଟିରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଚାଲିଛି ପବିତ୍ର ରମ୍‌ଜାନ ମାସ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ମୁସଲମାନ ଭାଇମାନଙ୍କ ପକ୍ଷରୁ ଶନିବାର ରାତିରେ ସୁଲତାନିଆ ମସ୍‌ଜିଦଠାରେ ଇଫ୍‌ତାର ପାର୍ଟି ଆୟୋଜନ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ପୋଲସିକୁ ମାଡ଼ମରା ଘଟଣା: ଆକ୍ସସନର ରିଆକ୍ସନ ଦେଖାଇଲା ପୋଲିସ

ମୋହନା,୨୨ା୩ (ମନ୍ମଥ ମିଶ୍ର): ଗୁରୁବାର ବିଳମ୍ବିତ ରାତିରେ ଗାଁରେ ପଶି ଗଞ୍ଜେଇ ରେଡ କଲା ବେଳେ ମାଡ଼ ଖାଇଥିଲେ ପୋଲିସ। ପୋଲିସ ଗାଡ଼ିକୁ ବି ଭାଙ୍ଗି...

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image