ବିଦ୍ୟୁତ୍‌ ଟାଓ୍ବାରରେ ଚଢ଼ି ଗଲେ ଯୁବକ, ଓହ୍ଲାଇବାକୁ କଲେ ନାକେଦମ

ପରଜଙ୍ଗ,୧୮।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଅନନ୍ତ ଶୟନ ନିକଟରେ ଥିବା ଅତି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ଟାଓ୍ବାର ଉପରକୁ ଜଣେ ଯୁବକ ଶନିବାର ସକାଳେ ଚଢ଼ି ଯାଇଥିଲେ। ଦୀର୍ଘ ସମୟ ଧରି ନ ଓହ୍ଲାଇବାରୁ ପୋଲିସକୁ ଖବର ଦିଆଯାଇଥିଲା। ଖବର ପାଇ ପୋଲିସ, ଅଗ୍ନିଶମ ବିଭାଗ ଓ ପରିବାରଲୋକେ ସେଠାରେ ପହଞ୍ଚି ବୁଝାସୁଝା କରିଥିଲେ ମଧ୍ୟ ସେ ଓହ୍ଲାଇ ନ ଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରାଯାଉଥିଲେ ହେଁ କିଛି ସମୟ ପରେ ସେ ନିଜେ ତଳକୁ ଆସିଥିଲେ। ଯୁବକଜଣଙ୍କ ହେଲେ ସରାଙ୍ଗ ପୁରୁଣା ସାହିର ସନାତନ ରଣାଙ୍କ ପୁଅ ସତ୍ୟବାନ ରଣା। ସତ୍ୟବାନ ଟାଓ୍ବାରରେ ଚଢ଼ି ଓହ୍ଲାଇ ନ ଥିଲେ। ଏଥିପାଇଁ ପରିବାରଲୋକଙ୍କ ସହ ଅନ୍ୟମାନଙ୍କୁ ଏଥିଲାଗି ନାକେଦମ ହେବାକୁ ପଡ଼ିଥିଲା। ଶେଷରେ ଟାଓ୍ବାରରୁ ସେ ନିଜେ ଓହ୍ଲାଇଥିଲେ। ତେବେ ସେ ବେଳେ ବେଳେ ଏଭଳି କାଣ୍ଡ ଘଟାଇ ପରିବାରଲୋକଙ୍କୁ ଚିନ୍ତାରେ ପକାଉଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତକଙ୍କୁ ଓଟିରୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ

ସୁନ୍ଦରଗଡ଼,୨୮ା୩: ନବଜାତଙ୍କୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ। ସରକାରୀ ମେଡିକାଲରେ ଏଭଳି ଚିନ୍ତାଜନକ ବିଷୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ର ଜିଲ୍ଲା...

୩୦ରେ କଳାହାଣ୍ଡି ଆସିବେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକ୍ରମ ସଫଳ ପାଇଁ ଜିଲାବାସୀଙ୍କୁ ନିବେଦନ

ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୩୦ ତାରିଖ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ ରହିଛି। ଏହି ସମୟରେ ସେ ଜିଲାର...

୨ରୁ ନୂଆ ପାଠପଢ଼ା: ଘରକୁ ଯାଇ ନିମନ୍ତ୍ରଣପତ୍ର ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ୫ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କ ନାମଲେଖା ନିମନ୍ତେ ଘରକୁ ଘର ବୁଲି ଅଭିଭାବକଙ୍କୁ ସଚେତନ...

ପୂରଣ ହେଉନି ଟ୍ୟାପ୍‌ରେ ପାଣି ପାଇବା ସ୍ବପ୍ନ

ଝାରସୁଗୁଡ଼ା,୨୮।୩(ଆଶିଷ ରଞ୍ଜନ ଦାଶ): ପ୍ରତ୍ୟେକ ପରିବାର ନିକଟରେ ୨୦୨୪ ଶେଷ ସୁଦ୍ଧା ଟ୍ୟାପ ଯୋଗେ ବିଶୁଦ୍ଧ ପିଇବା ପାଣି ପହଞ୍ଚାଇବା ପାଇଁ ସରକାର ଘୋଷଣା କରିଥିଲେ।...

ଡିଏସ୍‌ସିର ହେଉଛି ଅପବ୍ୟବହାର

ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): ଅନୁନ୍ନତ ଅଞ୍ଚଳରେ ଶିକ୍ଷାର ଅଭାବ ଥିବା ଜନପ୍ରତିନିଧି ଓ ଅଙ୍କୁଶ ନ ଥିବା ସରକାରୀ ବ୍ୟବସ୍ଥା ଭିତରେ କୋଟି କୋଟି ଟଙ୍କାର...

ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ସାନକରଞ୍ଜ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଶିକାରୀ ଗୁଳିରେ ଜଣେ ଛେଳି ଚରାଳି ଗୁରୁତର ହୋଇଛନ୍ତି।...

୨ ଯାଆଙ୍କ ମଧ୍ୟରେ ଝଗଡ଼ା: ପାଣିରେ ପଡ଼ି ଜଣଙ୍କର ଚାଲିଗଲା ଜୀବନ

ଏମ୍‌ଭି,୭୯, ୨୭ା୯(ଭିକି ବାରିକ): ଦୁଇ ଯାଆଙ୍କ ମଧ୍ୟରେ ଝଗଡ଼ା ହୋଇ ଠେଲାପେଲା ହେବାରୁ ଦୁହେଁ ଜମିଥିବା ପାଣିରେ ପଡ଼ିଯାଇଥିଲେ। ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା...

ଶିଳ୍ପ ବିହୀନ କନ୍ଧମାଳରେ ଗ୍ରାଫାଇଟ୍‌ ସନ୍ଧାନ: ଭୂତତ୍ତ୍ୱବିତ୍‌ଙ୍କ ଦ୍ୱାରା ସର୍ଭେ କାର୍ଯ୍ୟ ଜୋରଦାର

ଦାରିଙ୍ଗବାଡ଼ି,୨୮ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଏବଂ କୁମ୍ଭାରିପଦର ଅଞ୍ଚଳରେ ଗ୍ରାଫାଇଟ୍‌ର ସନ୍ଧାନ ମିଳିଛି। ଏହାକୁ ନେଇ ବ୍ରହ୍ମପୁରରୁ ଭୂତତ୍ତ୍ୱବିତ୍‌ ବୈଜ୍ଞାନିକମାନେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image