କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟ ଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଶନିବାର ଅନୁଗୋଳ ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ ଖେଳୁଥିବା ବେଳେ ହଠାତ୍‌ କୁମ୍ଭୀରଟି ପଛପଟୁ ଆସି ଟାଣି ନେଇଥିଲା। ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିବା ପରେ ମହାନଦୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର କରିଥିଲା। ମୃତ ନାବାଳକ ଜଣକ ଟିକରପଡ଼ା ଘାଟ ସାହି ଅଞ୍ଚଳର ବୋଲି ସୂଚନା ମିଳିଛି। ପିଟାଟିର ମୃତ୍ୟୁରେ ଗାଁରେ ଶୋକର ଛାୟା ଖେଳିଯାଇଛି। ଏଥିସହ ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇପଡ଼ିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ...

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଗୋପାଳପୁର,୧।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଚୋର ଦଳ ସକ୍ରିୟ ହୋଇପଡ଼ିଛନ୍ତି l ଗୋଟିଏ ପରେ ଗୋଟିଏ ଘରେ କଳାକନା ବୁଲାଇ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ

ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ...

ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ...

ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ, ସର୍ଚ୍ଚ ଅପରେଶନ ଜାରି

ଦାରିଙ୍ଗବାଡ଼ି,୧।୭ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ପୁଣି ଏକ ବଡ଼ ସଫକତା ମିଳିଛି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୧୪୩...

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ...

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri