ପ୍ରେମିକାଙ୍କ ଗର୍ଭପାତ କରାଇ ପ୍ରେମିକ ଗିରଫ

ବାଉଁଶୁଣୀ,୨୦।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ଶଗଡ଼ା ଫାଣ୍ଡି ଅଞ୍ଚଳର ଜଣେ ଯୁବତୀଙ୍କ ଗର୍ଭପାତ ମାମଲାରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ୬ ବର୍ଷ ତଳେ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସୃଷ୍ଟି ହୋଇଥିଲା। ପରେ ଯୁବକ ଜଣକ ବିବାହର ପ୍ରଲୋଭନ ଦେଖାଇ ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରହିଥିଲେ। ଫଳରେ ପ୍ରେମିକା ଜଣକ ଗର୍ଭବତୀ ହୋଇଥିଲେ। ପ୍ରେମିକ ଗର୍ଭପାତ କଲେ ବିବାହ କରିବେ କହି ପ୍ରେମିକାଙ୍କ ୨ଥର ଗର୍ଭ ନଷ୍ଟ କରାଇଥିଲେ। ଗର୍ଭପାତ ପରେ ପ୍ରେମିକ ଜଣକ ପ୍ରେମିକାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ। ପ୍ରତାରଣାର ଶିକାର ହୋଇଥିବା ନେଇ ପ୍ରେମିକା ଜଣକ ମନମୁଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ. ୨୯/୨୧) ରୁଜୁ କରି ପ୍ରେମିକଙ୍କୁ ଗିରଫ କରିଛି। ଶନିବାର ପ୍ରେମିକଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ଗୋପୀନାଥ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା...

Pahalgam Attack: ଆକ୍ରମଣବେଳେ ଜାମା ମସଜିଦରେ ଚାଲିଥିଲା ଏମିତି, ସେଦିନ ନମାଜ ପାଠ ସାରି ମୁସଲମାନମାନେ କହିଥିଲେ…

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ସମଗ୍ର...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ...

ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି...

ମଦ ବିରୋଧରେ ତାତିଲେ ମହିଳା

କୁତ୍ରା,୨୭ା୪(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଧୀନ ବୁଡାକଟା ଗ୍ରାମର ମହିଳାମାନେ ରବିବାର ମଦ ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ୫୦ରୁ ଊର୍ଦ୍ଧ୍ୱ ମହିଳା...

Recharge Plan: ଥରେ ରିଚାର୍ଜ କଲେ ୨୦୨୬ଯାଏ ପୁରା ଫ୍ରି, ଦିନକୁ ମିଳିବ ୨.୫ଜିବି ଡାଟା

ଯଦି ଆପଣ ୨୮, ୫୬ କିମ୍ବା ୮୪ ଦିନର ଭ୍ୟାଲିଡିଟି ସହିତ ରିଚାର୍ଜ ପ୍ଲାନ ନେବାକୁ ଚାହୁଁନାହାଁନ୍ତି ଏବଂ ବାରମ୍ବାର ରିଚାର୍ଜ କରିବାର ଅସୁବିଧା ଚାହୁଁନାହାଁନ୍ତି,...

ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି...

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image