ବିବାହ ପାଇଁ ଜିଦ୍‌ କରିବାରୁ ମହିଳାଙ୍କ ତଣ୍ଟି ଚିପିଦେଲେ ପ୍ରେମିକ: ବାନ୍ଧିଲା ପୋଲିସ

ଆନନ୍ଦପୁର,୩୦।୧୨(ସୁଶାନ୍ତ କୁମାର ସାହୁ/ ଉମେଶ ଚନ୍ଦ୍ର ପାଢ଼ୀ):କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ଭାସୁଥିବା ଅବସ୍ଥାରେ ମହିଳାଙ୍କ ମୃତଦେହ ପୋଲିସ ଶନିବାର ରାତିରେ ଜବତ କରିଥିଲା। ଘଟଣାକୁ ୨୪ ଘଣ୍ଟା ନ ପୂରୁଣୁ ଆନନ୍ଦପୁର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ରହସ୍ୟ ଉନ୍ମୋଚନ କରିଛି। ଅଭିଯୁକ୍ତ ଜଣଙ୍କ ଆନନ୍ଦପୁର ଥାନା ମନୋହରପୁରର ବାଲକା ଟୁଡୁ(୨୬)। ସେ ମହିଳାଙ୍କୁ ପ୍ରେମ କରୁଥିଲେ। ମହିଳା ବିବାହ କରିବାକୁ ଜିଦ୍‌ କରିବାକୁ ଅଭିଯୁକ୍ତ ହତ୍ୟା କରି ନଦୀରେ ଫିଙ୍ଗିଦେଇଥିଲେ। ଏ ନେଇ ରବିବାର ଆନନ୍ଦପୁର ଏସ୍‌ଡିପିଓ ପ୍ରଶାନ୍ତ ବେହେରା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଆନନ୍ଦପୁର ଥାନା ମନୋହରପୁର ପଞ୍ଚାୟତ ସାନପୁରୁଣାପାଣି ନିକଟ ସୁନାମଇଁଠାରେ ବୈତରଣୀ ନଦୀରେ ଏକ ମୃତଦେହ ଭାସୁଥିବା ଲୋକେ ଦେଖିଥିଲେ। ରାତି ପ୍ରାୟ ୯ଟା ୩୦ରେ ଆନନ୍ଦପୁର ପୋଲିସ ପହଞ୍ଚତ୍ ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲା। ମହିଳାଙ୍କ ଦେହରେ ପଥର ବନ୍ଧା ଯାଇଥିବା ଏବଂ ପାରିପାର୍ଶ୍ୱିକ ପରିସ୍ଥିତିକୁ ଦେଖି ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ଅନୁମାନ କରି ତଦନ୍ତ ଆରମ୍ଭ କରିଥିଲା। ମହିଳା ଘସିପୁରା ଥାନା ସୁନଁାପୁର ଗ୍ରାମର ମେରୀ ବେଶ୍ରା(୪୬) ବୋଲି ସ୍ଥାନୀୟ ଲୋକଙ୍କ ଦ୍ୱାରା ଚିହ୍ନଟ ପରେ ଘଟଣାର ସତ୍ୟତା ପଦାକୁ ଆସିଥିଲା। ପୋଲିସ ତନାଘନା କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଅଭିଯୁକ୍ତ ଓ ମହିଳାଙ୍କ ମଧ୍ୟରେ ଅନୈତକ ସମ୍ପର୍କ ରହିଥିଲା। ମହିଳା ଜଣଙ୍କ ବିବାହ କରିବାକୁ ଜିଦ୍‌ କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଅଭିଯୁକ୍ତ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ବାଇକ୍‌ ଯୋଗେ ନଦୀକୂଳକୁ ନେଇଥିଲେ। ସେଠାରେ ପଥର ବାନ୍ଧି ନଦୀରେ ପକାଇଥିବା ପୋଲିସ ଆଗରେ ସ୍ବୀକାର କରିଥିଲେ। ଘଟଣାରେ ପୋଲିସ ୨ ଗୋଟି ପଥର, ୨ ଶାଢ଼ି, ଗୋଟିଏ ମୋଟରସାଇକେଲ ଜବତ କରିଛି। ଆନନ୍ଦପୁର ଥାନାରେ ଏକ ମାମଲା(ନଂ. ୩୫୮/୨୦୨୪) ରୁଜୁ ହୋଇ ଅଧିକ ତଦନ୍ତ ଜାରି ରହିଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri