ମୁମ୍ବାଇକୁ ହରାଇ ବ୍ରହ୍ମପୁର ଚାମ୍ପିୟନ

ହିଞ୍ଜିଳିକାଟୁ,୨୫।୩(ଦ୍ବିତୀକୃଷ୍ଣ ପଣ୍ଡା): ମର୍ନିଂ କ୍ରିକେଟ କ୍ଲବ ହିଞ୍ଜିଳିକାଟୁ ପକ୍ଷରୁ ଆୟୋଜିତ ୬ଷ୍ଠ ରାତ୍ରକାଳୀନ ଟେନିସ୍‌ ବଲ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ରେ ମୁମ୍ବାଇ କଲ୍ୟାଣ ଋତୁଭି କି ଫେରାରି ଟିମ୍‌କୁ ୩୨ରନ୍‌ରେ ହରାଇ ରୟାଲ ଷ୍ଟ୍ରାଇକର ବ୍ରହ୍ମପୁର ଚାମ୍ପିୟନ ହୋଇଛି।

ରବିବାର ରାତିରେ ହିଞ୍ଜିଳିକାଟୁ ବୃନ୍ଦାବନ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ଆୟୋଜିତ ଏହି ମ୍ୟାଚ୍‌ରେ ବ୍ରହ୍ମପୁର ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲେ। ନିର୍ଦ୍ଧାରିତ ୧୨ ଓଭରରେ ୪ ଉଇକେଟ ହରାଇ ବ୍ରହ୍ମପୁର ୧୪୦ ରନ୍‌ କରିଥିଲେ। ଜବାବରେ ମୁମ୍ବାଇ ୧୨ ଓଭରରେ ୬ ଉଇକେଟ ହରାଇ ୧୦୮ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୌର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ପୌରାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ଗ୍ରୀଟ୍‌ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ଯୁବ ବିଜେଡ଼ି ସଭାପତି ସଞ୍ଜୟ ପଣ୍ଡା, ନୀଳମଣି ପଟ୍ଟନାୟକ, ପ୍ରଦୀପ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ଟୁର୍ନାମେଣ୍ଟ ଅଧ୍ୟକ୍ଷ ତଥା କାଉନସିଲର ବିଭୁପ୍ରସାଦ ପଣ୍ଡା, କ୍ଲବ ସଭାପତି ନିଶିକାନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ବ୍ରହ୍ମପୁର ଦଳର ଭି. ସତୀଶ ମ୍ୟାନ୍‌ ଅଫ ଦି ଫାଇନାଲ ହୋଇଥିଲେ। ରାଜା ସାମଲ ଓ ସତ୍ୟ ନାରାୟଣ ପାଣି ମ୍ୟାଚ୍‌ ପରିଚାଳନା କରିଥିଲେ। ମର୍ନିଂ କ୍ରିକେଟ କ୍ଳବର ଚନ୍ଦ୍ରଶେଖର ସାହୁ, ଅମୂଲ୍ୟ ପଣ୍ଡା, କାହ୍ନା ସାବତ, ଭଗବାନ ପାତ୍ର, ଶ୍ରୀଧର, ଚିମନ ସାହୁ, ଜଗନ ଡାକୁଆ, ଆଦିତ୍ୟ ସାହୁ ଓ ମୁନା ମହାରଣା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ମ୍ୟାଚ୍‌ ଦେଖିବା ପାଇଁ ଆଖପାଖ ଅଞ୍ଚଳର ବହୁ କ୍ରିକେଟ ପ୍ରେମୀଙ୍କ ଭିଡ଼ ଜମିଥିଲା। ଆଧୁନିକ ବୈଷୟିକ କୌଶଳ ବ୍ୟବହାର କରି ମ୍ୟାଚକୁ ବିଭିନ୍ନ ସୋସିଆଲ ମିଡିଆରେ ଲାଇଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri