Posted inଜାତୀୟ

୫ ରାଜ୍ୟର ଏକ୍‌ଜିଟ ପୋଲକୁ ନେଇ ବଡ଼ ଦାବି କଲା ଭାଜପା, କଂଗ୍ରେସ କହିଲା ସର୍ଭେ ଉପରେ ଭରସା ନାହିଁ

ନୂଆଦିଲ୍ଲୀ, ୧।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ବର୍ତ୍ତମାନ ଡିସେମ୍ବର ୩ରେ ଭୋଟ ଗଣନାକୁ ଅପେକ୍ଷା କରାଯାଇଛି। ଏହା ପୂର୍ବରୁ ଏକ୍‌ଜିଟ ସର୍ଭେରେ ଭାରତୀୟ ଜନତା ପାର୍ଟି, ଭାରତୀୟ ଜାତୀୟ କଂଗ୍ରେସ, ଭାରତ ରାଷ୍ଟ୍ର ସମିତି, ସମାଜବାଦୀ ପାର୍ଟି, ବହୁଜନ ସମାଜ ପାର୍ଟି, ଏଆଇଏମଆଇଏମ ଏବଂ ଆମ ଆଦମୀ ପାର୍ଟି ମଧ୍ୟରେ ବାକ୍‌ ଯୁଦ୍ଧ ଆରମ୍ଭ ହୋଇଛି।

ଭାଜପା, କଂଗ୍ରେସ ଏବଂ ଅନ୍ୟାନ୍ୟ ଦଳର ପ୍ରତିକ୍ରିୟା ଜାରି ରହିଛି। ଉତ୍ତର ପ୍ରଦେଶର ଡେପୁଟି ମୁଖ୍ୟମନ୍ତ୍ରୀ ବ୍ରଜେଶ ପଠକ ଏକଜିଟ ପୋଲ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ରିପୋର୍ଟ ଅନୁଯାୟୀ ଭାଜପା ସର୍ବୋତ୍ତମ ପ୍ରଦର୍ଶନ କରିବ। ସମସ୍ତ ରାଜ୍ୟରେ ଭାଜପା ଜିତୁଛି ଏବଂ ଦକ୍ଷିଣ ରାଜ୍ୟରେ ମଧ୍ୟ ଭଲ ପ୍ରଦର୍ଶନ କରିବ।

ଏହି ସମୟରେ କଂଗ୍ରେସ ନେତା ତଥା ରାଜ୍ୟ ସଭା ଏମ୍‌ପି ପ୍ରମୋଦ ତିୱାରୀ ଦାବି କରିଛନ୍ତି ଯେ, ଚାରିଟି ରାଜ୍ୟରେ ତାଙ୍କ ଦଳର ସରକାର ଗଠନ ହେବାକୁ ଯାଉଛି। ସେ ଅଭିଯୋଗ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପ୍ରତିଶ୍ରୁତି ଭଙ୍ଗ କରିଛନ୍ତି। ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇନାହିଁ। ସେ ଦାବି କରିଛନ୍ତି ଯେ ଆମେ ଚାରୋଟି ରାଜ୍ୟରେ ନିଜେ ସରକାର ଗଠନ କରିବୁ। ଆମ ବିନା ମିଜୋରାମରେ ସରକାର ଗଠନ ହୋଇପାରିବ ନାହିଁ । ଏକ୍‌ଜିଟ ପୋଲରେ ପ୍ରମୋଦ ତିୱାରୀ କହିଛନ୍ତି ଯେ, ଆମେ ସର୍ଭେ ଉପରେ ବିଶ୍ୱାସ କରୁନାହୁଁ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri