Posted inଖେଳ

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ ଅବସର ନେବାଲାଗି ଯୋଜନା କରିଛନ୍ତି। ସିଏନ୍‌ଏନ୍‌ ବ୍ରାଜିଲକୁ ଏକ ସାକ୍ଷାତ୍‌କାରରେ କହିଛନ୍ତି, ପ୍ୟାରିସରେ ହେବାକୁଥିବା ଅଲିମ୍ପିକ୍ସରେ ଖେଳିବା ଲାଗି ତାଙ୍କର ଆଶା ରହିଛି। ଜାତୀୟ ଦଳ ତରଫରୁ ଏହା ହେବ ତାଙ୍କର ଅନ୍ତିମ ପ୍ରମୁଖ ଟୁର୍ନାମେଣ୍ଟ।

ତେବେ ୨୦୨୫ରେ ସେ ତାଙ୍କ କ୍ଲବ କ୍ୟାରିୟର ଜାରି ରଖିବେ କି ନା ସେ ସମ୍ପର୍କରେ କୌଣସି ସୂଚନା ଦେଇ ନାହାନ୍ତି। ମାର୍ଟା କହିଛନ୍ତି ସେ ପ୍ୟାରିସ ଗେମ୍ସ ଖେଳିବାକୁ ଚାହୁଁଛନ୍ତି, ଯାହା ତାଙ୍କର ୬ଷ୍ଠ ଅଲିମ୍ପିକ ହେବ। ତାଙ୍କ ସହାୟତାରେ ବ୍ରାଜିଲ ୨୦୦୪ ଓ ୨୦୦୮ରେ ରୌପ୍ୟ ଜିତିଥିଲା। ମାର୍ଟାଙ୍କ ପ୍ରଭାବୀ ପ୍ରଦର୍ଶନରେ ବ୍ରାଜିଲ ଆହୁରି ମଧ୍ୟ ଦୁଇ ଥର ପାନ୍‌ ଆମେରିକାନ ଗେମ୍ସ (୨୦୦୩ ଓ ୨୦୦୭) ଏବଂ ୩ଥର କୋପା ଆମେରିକା (୨୦୦୩, ୨୦୧୦ ଓ ୨୦୧୮) ଜିତିଥିଲା।

ସେ ହେଉଛନ୍ତି ବ୍ରାଜିଲର ଅଗ୍ରଣୀ ଗୋଲ ସ୍କୋରର। ୧୭ ଗୋଲ ସହ ସେ ମହିଳା ବିଶ୍ୱକପ୍‌ର ଟପ୍‌ ସ୍କୋରର ହେବାର ଗୌରବ ଅର୍ଜନ କରିଛନ୍ତି। ହେଲେ ସେ ଥରେ ହେଲେ ବିଶ୍ୱକପ୍‌ ଜିତିପାରି ନାହାନ୍ତି। ୨୦୦୭ରେ ଚାଇନାରେ ଅନୁଷ୍ଠିତ ବିଶ୍ୱକପ୍‌ ଫାଇନାଲରେ ଜର୍ମାନୀଠାରୁ ହାରି ବ୍ରାଜିଲ ରନରଅପ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri