କରୋନା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୩ ହଜାର ତଳେ ରହିଛି। ଏହା ୨,୪୨୧ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ତଳେ ରହିଛି। ଏହା ୮ ରହିଛି।
ଏହି ସମୟରେ ସକ୍ରିୟ ମାମଲା କମି ୨୬ ହଜାର ୬୧୮ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୩୭୮ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୭୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୨୬ହଜାର ୪୨୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୭୦ ହଜାର ୯୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share