କରୋନା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୭।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଦୈନିକ ସଂକ୍ରମଣ ୪ ଶହ ତଳେ ରହିଛି। ଏହା ୩୪୩ ରହିଛି। ଗୋଟିଏ ଦିନ ତଳେ ୩୮୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୫ ହଜାର ୨୬୩ ରେ ପହଞ୍ଚିଛି। ଗୋଟିଏ ଦିୀନ ତଳେ ଏହା ୫ ହଜାର ୩୯୫ ଥିଲା। ସେହିପରି ୨୪ ଘଣ୍ଟାରେ ୪୭୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫୦୬ ଥିଲା। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୧୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୧ ହଜାର ୫୬୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୫ ହଜାର ୬୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share