ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୬।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧୨ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧୧ ହଜାର ୪୯୯ରେ ପହଞ୍ଚିଛି। ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୨୫୫ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୨୩ ହଜାର ୫୯୮ ଜଣ ସୁସ୍ଥ ହୋଇଛନ୍ତି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧ ଲକ୍ଷ ୨୧ ହଜାର ୮୮୧ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୩ ହଜାର ୪୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୫ ହଜାର ୮୪୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୨ ଲକ୍ଷ ୭୦ ହଜାର ୪୮୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୭ କୋଟି ୨୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୬ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩,୫୮୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୯୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share