Categories: ଜାତୀୟ

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୬୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୮୮୬ ମୃତ

ନୂଆଦିଲ୍ଲୀ,୭।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୫୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ୨୭ ହଜାର ୭୪ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ଦେଶରେ ୮୮୬ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୨୦ ଲକ୍ଷ ୨୭ ହଜାର ୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ଲକ୍ଷ ୭୮ହଜାର ୧୦୫ ଜଣ ସୁସ୍ଥ ହୋଇଥିବା ବେଳେ ୪୧ ହଜାର ୫୮୫ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୬ ଲକ୍ଷ ୭ ହଜାର ୩୮୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share