ମୁଖ୍ୟ କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

ଆଠଗଡ଼,୨୫।୧୧: କଟକ ଜିଲା ଆଠଗଡ଼ଠାରେ ଥିବା ଧବଳେଶ୍ୱରଙ୍କ ମନ୍ଦିରେ ବ୍ୟାରିକେଡ ବ୍ୟବସ୍ଥାକୁ ନେଇ ପ୍ରଶାସନ ଓ ପୂଜକଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଶୁକ୍ରବାର ପୂଜକମାନେ ମନ୍ଦିର ମୁଖ୍ୟଦ୍ୱାରରେ ଧାରଣାରେ ବସିଥିଲେ। ଯାହା ଫଳରେ ଶ୍ରଦ୍ଧାଳୁମାନେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଥିଲେ। ହେଲେ ଶନିବାର ଭକ୍ତମାନେ ମୁଖ୍ୟ ଦ୍ୱାର କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିଥିଲେ।
ବଡ଼ ଓଷାରେ ଶହଶହ ଶ୍ରଦ୍ଧାଳୁ ମନ୍ଦିରରେ ଭିଡ଼ ଜମାଇଥିବା  ବେଳେ ବିବାଦ ଯୋଗୁ  ଶନିବାର ମଧ୍ୟ ମନ୍ଦିରରେ ଦର୍ଶନ ବନ୍ଦ ଥିଲା। ହେଲେ  ଭୋରରୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ଆସି ପହଞ୍ଚିଥିଲେ। ବଡ଼ ସିଂହାର ବେଶ ଦର୍ଶନ କରିବାକୁ ଲୋକେ ଅପେକ୍ଷା କରି ଶେଷରେ ମୁଖ୍ୟ କବାଟକୁ ଭାଙ୍ଗି ଭିତରେ ପଶିଛନ୍ତି।
Share