୨ ଦିନ ଧରି ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ କରୋନାରେ ୨୧୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ୨୫୪ ରେ ପହଞ୍ଚିଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୭ ହଜାର ୬୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୮ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୭୪ ହଜାର ୨୬୯ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୮ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୨ ହଜାର ୮୭୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୭୪ କୋଟି ୩୮ ଲକ୍ଷ ୩୭ ହଜାର ୬୪୩ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୩ ଲକ୍ଷ ୩୮ ହଜାର ୯୪୫ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୪ କୋଟି ୩୦ ଲକ୍ଷ ୧୪ ହଜାର ୭୬ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୮ ହଜାର ୨୪୭ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୪ ଲକ୍ଷ ୪୭ ହଜାର ୩୨ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୨ ଲକ୍ଷ ୬୪ ହଜାର ୧୭୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୨୪୦ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୬୭ ରହିଛି। କେରଳ ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

Share