ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭ ହଜାର ୪୭୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୮୬୫ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ଗତ ୨୪ ଘଣ୍ଟାରେ ୨ ଲକ୍ଷ ୧୩ ହଜାର ୨୪୬ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୨ ଲକ୍ଷ ୨୫ ହଜାର ୧୧ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୭.୪ ପ୍ରତିଶତକୁ କମି ଆସିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧ ହଜାର ୯୭୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୧ ଲକ୍ଷ ୮୮ ହଜାର ୧୩୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪ ଲକ୍ଷ ୬୧ ହଜାର ୧୪୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୩୩,୫୩୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୧୨,୦୦୯ , ମହାରାଷ୍ଟ୍ରରେ ୧୧,୩୯୪, ତାମିଲନାଡୁରେ ୭,୫୨୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜସ୍ଥାନରେ ୫,୬୦୨ , ଗୁଜୁରାଟରେ ୪,୭୧୦ ଏବଂ ଆନ୍ଧ୍ରପ୍ରଦେଶରେ ୩,୩୯୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୬୯ କୋଟି ୫୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟିରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୨ କୋଟି ୫୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

Share