ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ବାଜପେୟୀଙ୍କ ସହ ତାଙ୍କର ବ୍ୟକ୍ତିଗତ ଅନୁଭୂତି ବର୍ଣ୍ଣନା କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି, ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା। ଏହି କାର୍ଯ୍ୟକ୍ରମରେ ଜିଲାପାଳ ଗୌରବ ଶିଓ୍ବାଜୀ ଇସଲଓ୍ବାର ପ୍ରାରମ୍ଭିକ ବକ୍ତବ୍ୟ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଜିଲା ପରିଷଦ ସଭାପତି ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲାପାଳ ଡ଼. ବିଜୟାନନ୍ଦ ସେଠୀ, ପବିତ୍ର ବେହେରା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ କୁମାର ମହାପାତ୍ର, ଡିଏଫଓ ସୁଦର୍ଶନ ବେହେରା ଅତିଥି ଭାବେ ମଞ୍ଚାସୀନ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ଶ୍ରେଷ୍ଠ ବ୍ଳକ, ଶ୍ରେଷ୍ଠ ତହସିଲ ଓ କବିମାନଙ୍କୁ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ସରକାରୀ ଅଧିକାରୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା, ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ପ୍ରତିନିଧି ଉପସ୍ଥିତ ଥିଲେ। ସଭା ପ୍ରାରମ୍ଭରେ ଅନେକ କବି ସ୍ବରଚିତ କବିତା ମାଧ୍ୟମରେ ପୂର୍ବ ପ୍ରଧାନମନ୍ତ୍ରୀ ସ୍ବର୍ଗତ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଶେଷରେ ଅତିରିକ୍ତ ଜିଲାପାଳ ପବିତ୍ର ବେହେରା ଧନ୍ୟବାଦ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri