ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ ପୁତୁରାଙ୍କୁ ଦେଢଶୁର ଏକ ଟାଙ୍ଗିଆରେ ହାଣିବାରୁ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି।

ପୋଲିସ ଅଭିଯୁକ୍ତ ଦଲକାବାହାଲ ଗ୍ରାମର ଲୁଚନ ପିଙ୍ଗ ଓରଫ କୁଜୁର(୩୫)ଙ୍କୁ ଶୁକ୍ରବାର ଗିରଫ କରି କୁଚିଣ୍ଡା ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ମୃତକ ହେଲେ ଲୁଚନଙ୍କ ସାନଭାଇ ପରମେଶ୍ୱରଙ୍କ ସ୍ତ୍ରୀ ପୂର୍ଣ୍ଣିମା (୨୫) ଓ ତାଙ୍କ ଦୁଇ ବର୍ଷର ଶିଶୁପୁତ୍ର ଜାଶୁଂକ। ହତ୍ୟାର କାରଣ ଅସ୍ପଷ୍ଟ ରହିଛି।

ତେବେ ଲୁଚନ ଜଣେ ବଦରାଗୀ ପ୍ରକୃତିର ହୋଇଥିବାରୁ ଏଭଳି ହତ୍ୟାକାଣ୍ଡ ଘଟାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ପରମେଶ୍ୱରଙ୍କ ରିପୋର୍ଟ ଆଧାରରେ ପୋଲିସ ଗୋବିନ୍ଦପୁର ଥାନାରେ ଏକ ହତ୍ୟା ମାମଲା (ନଂ. ୭୬/୨୦୨୪) ରୁଜୁ କରିଛି। ମା’ ଓ ପୁଅଙ୍କ ମୃତଦେହ ଜବତ କରି ବାମରା ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇଛି। ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରାଯାଇଛି। କୁଚିଣ୍ଡା ଏସ୍‌ଡିପିଓ ଅମିତାଭ ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ପରମେଶ୍ୱର କୌଣସି କାମରେ ଗୁରୁବାର ସମ୍ବଲପୁରକୁ ଯାଇ ରାତି ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ। ସ୍ବାମୀଙ୍କ ଅନୁପସ୍ଥିତି କାରଣରୁ ପୂର୍ଣ୍ଣିମା ତାଙ୍କ ପିଉସୀ କମଳାଙ୍କୁ ଡାକି ଘରେ ଶୋଇଥିଲେ। ଲୁଚନ ପ୍ରାୟ ସାଢେ ୯ଟାରେ ତାଙ୍କ ଘରକୁ ଆସି କବାଟ ବାଡେଇଥିଲେ। ମାତ୍ର କେହି କବାଟ ନ ଖୋଲିବାରୁ ରାଗିଯାଇ କବାଟ ଭାଙ୍ଗି ଘରକୁ ପଶି ଏଭଳି ହତ୍ୟାକାଣ୍ଡ ଘଟାଇଥିଲେ।

ରାତି ପ୍ରାୟ ୯ଟା ୪୫ଟାରେ ଲୁଚନ ଫୋନ କରି ପରମେଶ୍ୱରଙ୍କୁ କହିଥିଲେ, ‘ତୋ ସ୍ତ୍ରୀ ଓ ପୁଅକୁ ମାରି ଦେଇଛି’। ତେଣୁ ବ୍ୟସ୍ତବିବ୍ରତ ହୋଇ ପରମେଶ୍ୱର ଘରକୁ ଆସି ଦେଖିବାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘର ଚଟାଣରେ ଉଭୟଙ୍କ ମୃତଦେହ ପଡିଥିଲା। ପିଉସୀଙ୍କ ଆଖି ସାମ୍ନାରେ ହିଁ ଏଭଳି ବିଭତ୍ସ କାଣ୍ଡ ଘଟିଥିଲା। ପରମେଶ୍ୱରଙ୍କ ଅନ୍ୟ ୩ପିଲା ଅନ୍ୟ କୋଠରୀରେ ଶୋଇଥିବାରୁ ସୌଭାଗ୍ୟବଶତଃ ସେମାନେ ବର୍ତ୍ତିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri