Posted inରାଜ୍ୟ

୬ରୁ ବିଏସକେୱାଇ ନବୀନ କାର୍ଡ ପଞ୍ଜୀକରଣ ଆରମ୍ଭ, ଜିଲାପାଳଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର, ୧।୧(ଅସମାପିକା ସାହୁ)- ବିଏସକଓ୍ବୋଇ ନବୀନ କାର୍ଡ ଲାଗି ଆସନ୍ତା ୬ତାରିଖରୁ ଅନଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୧୬ ତାରିଖ ଯାଏ ଆବେଦନ କରିହେବ। ଅନଲାଇନ ପଞ୍ଜୀକରଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।

ଚିଠିରେ ଲେଖାଯାଇଛି, ମୁଖ୍ୟମନ୍ତ୍ରୀ ବିଏସକେୱାଇ ନବୀନ କାର୍ଡ ମାଧ୍ୟମରେ ବିଏସକେୱାଇକୁ ବ୍ୟାପକ କରିବା ପାଇଁ ଘୋଷଣା କରିଛନ୍ତି। ଯେଉଁ ହିତାଧିକାରୀ ବିଏସକଓ୍ବୋଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ। ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ। ବର୍ତ୍ତମାନ ବିଏସକେୱାଇ ଅନ୍ତର୍ଭୁକ୍ତ ହୋଇ ନ ଥିବା ବ୍ୟକ୍ତିମାନେ ବିଏସକେୱାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବ। ହିତାଧିକାରୀମାନେ www.bskynabin.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ।

ଅନ୍‌ଲାଇନ୍‌ରେ କିପରି ଆବେଦନ କରିବ ସେନେଇ ଲୋକଙ୍କ ମଧ୍ୟରେ ସଚେତନତା କରିବାକୁ କୁହାଯାଇଛି। ଆବେଦନ ପାଇଁ ଉଭୟ ଇଂଲିଶ ଏବଂ ଓଡ଼ିଆ ଫର୍ମ ରହିଛି। ଏଗୁଡ଼ିକ ନିଜ ନିଜ ଜିଲାର ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏବଂ ଓ୍ବେବ୍‌ସାଇଟ୍‌ରେ ସୋର କରିବା ପାଇଁ କୁହାଯାଇଛି। ସେହିଭଳି ଜିଲାସ୍ତରରେ ଏବଂ ଉପଖଣ୍ଡ ସ୍ତରରେ ମିଶନ ଶକ୍ତି, ପଞ୍ଚାୟତରାଜ ବିଭାଗ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ଗଣଶିକ୍ଷା ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ କରାଯିବ। ଏଥିସହିତ ଗ୍ରାମ ପଞ୍ଚାୟତ ସ୍ତରରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନତା କରାଯିବ। ଏସବୁ କାର୍ଯ୍ୟକ୍ରମ ପାଇଁ ପ୍ରତ୍ୟେକ ଜିଲା ନିମନ୍ତେ ଏକଲକ୍ଷ ଟଙ୍କା ଦିଆଯିବ। ଯଦି ଅଧିକ ଆବଶ୍ୟକ ପଡ଼େ ତେବେ ରାଜ୍ୟ ସ୍ବାସ୍ଥ୍ୟ ଆସୁରାନ୍ସ ସୋସଇଟିରୁ ଟଙ୍କା ଦିଆଯିବ। ଏହି ସଚେତନତା ଅଭିଯାନ ୧୬ତାରିଖ ପର୍ଯ୍ୟନ୍ତ ଚଲାଇବାକୁ ଚିଠିରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଗୁରୁତର ଅର୍ଥାତ କ୍ରିଟିକାଲ ରୋଗଗୁଡ଼ିକ ଲାଗି ଦେୟମୁକ୍ତ ଚିକିତ୍ସା ପାଇପାରିବେ। ବିଏସକେୱାଇ ନବୀନ କାର୍ଡରେ ପ୍ରାପ୍ତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି। ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri