Categories: ଜାତୀୟ

ଜଗଦୀପ ଧନଖରଙ୍କୁ ସମର୍ଥନ କରିବ ବିଏସ୍‌ପି

ଲକ୍ଷ୍ନୌ,୩।୮: ବହୁଜନ ସମାଜବାଦୀ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖରଙ୍କୁ ସମର୍ଥନ କରିବେ। ବୁଧବାର ଏନେଇ ବିଏସ୍‌ପି ସୁପ୍ରିମୋ ମାୟାବତୀ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏହି ନିର୍ବାଚନ ପାଇଁ ଏନ୍‌ଡିଏ ପକ୍ଷରୁ ଜଗଦୀପ ଧନଖରଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବିରୋଧୀ ମେଣ୍ଟରୁ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ପ୍ରାର୍ଥୀ କରାଯାଇଛି। ଏହା ପୂର୍ବରୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ମଧ୍ୟ ସମର୍ଥନ କରିଥିଲେ।

Share