ଆସିଲା ବଜେଟ୍‌: ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ଏହି ବଜେଟ୍‌ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍‌ ଉପସ୍ଥାପନ କରିଛନ୍ତି। ୨୦୨୩-୨୪ ତୁଳନାରେ ୧୫ ପ୍ରତିଶତ ଅଧିକ ବଜେଟ୍‌ ରହିଛି। ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ପୂର୍ବରୁ ରାଜ୍ୟ ସରକାର ପୂର୍ବତନ ଅର୍ଥମନ୍ତ୍ରୀ ଓ ବିଶେଷଜ୍ଞଙ୍କ ପରାମର୍ଶ ନେଇଥିଲେ।

ସୂଚନାଯୋଗ୍ୟ, ଗତ ଫେବୃଆରୀରେ ବିଜେଡି ସରକାର କାମଚଳା ବଜେଟ୍‌ ଆଣିଥିଲେ। ତତ୍କାଳୀନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ୍‌ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଥିଲେ। ସାଧାରଣ ନିର୍ବାଚନ ଥିବାରୁ ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ୍‌ ଅଣାଯାଇଥିଲା। ରାଜ୍ୟରେ ଶାସନ ପରିବର୍ତ୍ତନ ହୋଇଛି। ପ୍ରଥମ ଥର ଲାଗି ଭାଜପା ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିଛି।

Share