Posted inଜାତୀୟ

Budget Session: ସର୍ବଦଳୀୟ ବୈଠକରେ ବିରୋଧୀଙ୍କ ପ୍ରଶ୍ନ ଏଡାଉଛନ୍ତି ସରକାର, ଅଭିଯୋଗ ଆଣିଲେ ଟିଏମସି ନେତା…

ନୂଆଦିଲ୍ଲୀ,୩୦।୧ : ସଂସଦରେ ବଜେଟ ଅଧିବେଶନ ପୂର୍ବରୁ ସମସ୍ତ ଦଳର ନେତାଙ୍କ ସହ ମଙ୍ଗଳବାର ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପାଇଁ କେନ୍ଦ୍ର ପକ୍ଷରୁ ସମସ୍ତ ଦଳ ଆମନ୍ତ୍ରିତ ହୋଇଥିଲେ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଉଭୟ ଗୃହର ସମସ୍ତ ଦଳର ନେତାଙ୍କ ସହ ଏକ ବୈଠକ କରିଥିଲେ। ସଂସଦ ଲାଇବ୍ରେରୀରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।

ବୈ ଠକ ଆରମ୍ଭ ହେବା ପୂର୍ବରୁ ଟିଏମସି ଏମପି ସୁଦୀପ ବନ୍ଦୋପାଧ୍ୟାୟ ଏବଂ ସୁଖେନ୍ଦୁ ଶେଖର ରାୟ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ ଅର୍ଜୁନ ରାମ ମେଘୱାଲଙ୍କୁ ଭେଟିଥିଲେ।

ପ୍ରହଲ୍ଲାଦ ଯୋଶୀ କହିଛନ୍ତି ଏହି ବୈଠକରେ ୩୦ ଟି ଦଳର ୪୫ ନେତା ଅଂଶଗ୍ରହଣ କରିଛନ୍ତି। ସେ କହିଛନ୍ତି, ’ଏହି ବୈଠକ ଏକ ଭଲ ପରିବେଶରେ ଅନୁଷ୍ଠିତ ହୋଇଥିଲା। ଏହା ୧୭ ତମ ଲୋକସଭାର ଏକ ସଂକ୍ଷିପ୍ତ ଏବଂ ଶେଷ ଅଧିବେଶନ ଥିଲା ।

ସର୍ବଦଳୀୟ ବୈଠକ ପରେ  ସୁଦୀପ ବନ୍ଦୋପାଧ୍ୟାୟ ଗଣମାଧ୍ୟମକୁ କହିଛନ୍ତି, ଆମେ ଆମର ଦାବି ଉପସ୍ଥାପନ କରିବାକୁ ପ୍ରସ୍ତୁତ। ଆମେ ୧୫୦ ସାଂସଦଙ୍କ ନିଲମ୍ବନ ପ୍ରସଙ୍ଗ ମଧ୍ୟ ଉଠାଇଛୁ, କିନ୍ତୁ ସରକାରଙ୍କ ମନୋଭାବ କୌଣସି ପ୍ରଶ୍ନର ଉତ୍ତର ଦେବା ପାଇଁ ନୁହେଁ। ସରକାର ଏହି ପ୍ରଶ୍ନକୁୁ ଏଡାଇବାକୁ ଚିନ୍ତା କରୁଛନ୍ତି।

ଏମପିଙ୍କ ନିଲମ୍ବନ ସମ୍ପର୍କରେ ପଚରାଯିବାରୁ ପ୍ରହଲ୍ଲାଦ ଯୋଶୀ କହିଛନ୍ତି ସମସ୍ତ ନିଲମ୍ବନ ବାତିଲ କରାଯିବ। ମୁଁ ଲୋକସଭା ବାଚସ୍ପତି ଏବଂ ରାଜ୍ୟସଭା ଅଧ୍ୟକ୍ଷଙ୍କ ସହ କଥା ହୋଇଛି। ମୁଁ ମଧ୍ୟ ସରକାରଙ୍କ ତରଫରୁ ତାଙ୍କୁ ଅନୁରୋଧ କରିଛି। ଏହା ହେଉଛି ବାଚସ୍ପତି ଏବଂ ଅଧ୍ୟକ୍ଷଙ୍କ ଅଧିକାର। ତେଣୁ ସମସ୍ତ ନିଲମ୍ବିତ ସାଂସଦଙ୍କ ନିଲମ୍ବନକୁ ବାତିଲ କରି ସେମାନଙ୍କୁ ଗୃହକୁ ଆସିବାକୁ ଅନୁମତି ଦେବାକୁ ଆମେ ଉଭୟଙ୍କୁ ଅନୁରୋଧ କରିଛୁ। ଉଭୟ ଏଥିରେ ସହମତ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri