ଇଞ୍ଜିନକୁ ଛାଡ଼ିି ଗଡ଼ିଗଲା ବଗି

ନନ୍ଦପୁର, ୧୬ା୭(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡଲ ରେଳ ଧାରଣାରେ ପୁଣି ରେଳଇଞ୍ଜିନ ବଗିକୁ ଛାଡି ଚାଲିଯିବା ଘଟଣା ଦେଖିବାକୁ ମିଳିଛି। ରବିବାର ପାଡୁଆ ଷ୍ଟେଶନ ନିକଟରେ ବିଶାଖାପାଟଣା ଯାଉଥିବା ଏକ ମାଲବାହୀ ଟ୍ରେନର ଇଞ୍ଜିନ ବଗିକୁ ଛାଡି ପ୍ରାୟ ୨ଶହ ମିଟର ଦୂରକୁ ଚାଲିଯାଇଥିଲା। ଟ୍ରେନର ଗାର୍ଡ ଓ ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଧୀର ଗତିରେ ଗଡ଼ିଯାଉଥିବା ଏହି ମାଲବାହୀ ଟ୍ରେନକୁ ଅଟକାଇ ବଗିଗୁଡିକର ପୁନଃ ସଂଯୋଗ କରାଯାଇଥିଲା। ପରେ ଏହା ଗନ୍ତବ୍ୟ ସ୍ଥଳକୁ ଯାତ୍ରା କରିଥିଲା। ଅନ୍ୟପକ୍ଷରେ ଗତ ମାସକ ମଧ୍ୟରେ ଇଞ୍ଜିନ-ବଗି ଅଲଗା ହେବାପରି ଏକାଧିକ ଘଟଣା ଘଟିଲାଣି। ପୂର୍ବରୁ ଦାର୍ଲିପୁଟ ଓ ମାଛକୁଣ୍ଡ ଷ୍ଟେଶନରେ ସମାନ ଘଟଣା ଘଟିଥିଲା। ତେବେ ଏନେଇ କୌଣସି ଅଘଟଣ ଘଟି ନ ଥିବା କିମ୍ବା କିଛି ବଡଧରଣର କ୍ଷତି ହୋଇ ନ ଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି। ଏବେ ରେଳଧାରଣାଗୁଡିକର ଦୋହରୀକରଣ କାର୍ଯ୍ୟ ଚାଲିଥିବାରୁ ପୁରୁଣା ରେଳ ଧାରଣାରେ ରେଳ ଚଳାଚଳ ନେଇ ନିର୍ଭର କରିବାକୁ ପଡୁଛି। ଫଳରେ ଟ୍ରେନ ଚାଲିଲେ ଧାରଣାରେ ଅଧିକ କମ୍ପନ ସୃଷ୍ଟି ହୋଇ ଇଞ୍ଜିନ-ବଗି ଅଲଗା ହେବା ପରି ଘଟଣାମାନ ବାରମ୍ବାର ଘଟୁଛି। ଏ ଦିଗରେ ରେଳ ବିଭାଗ ଗୁରୁତ୍ୱ ଦେବାକୁ ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri