ଭିଡିଓ ଭାଇରାଲକୁ ନେଇ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ

ସାକ୍ଷୀଗୋପାଳ,୯।୧୦ (ପ୍ରଶାନ୍ତ କୁମାର ବାରିକ୍‌/ କିଶୋର ମହାପାତ୍ର/ ଭରତ ରାଉତ):ଗତ କିଛିଦିନ ହେବ ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ରଙ୍କ ସହିତ ଜଣେ ଯୁବତୀଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ବେଶ୍‌ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ସତ୍ୟବାଦୀ ବ୍ଲକ ବିଜେଡି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାର୍ଶ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ବିଜେଡି କର୍ମୀମାନେ ମହିଳା ଅସମ୍ମାନକାରୀ ନେତା ହାଏ ହାଏ ସ୍ଲୋଗାନ ଦେଇଥିଲେ। ବିକ୍ଷୋଭକାରୀମାନେ ଏହି ଅବସରରେ ବିଧାୟକଙ୍କ ଫଟୋଚିତ୍ରରେ ଜୋତା ମାଡ଼ କରିଥିଲେ। ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନୀଲ ପଣ୍ଡା ବିଧାୟକଙ୍କ ଇସ୍ତଫା ଦାବି କରିଥିଲେ। ଦୁଗଲ ସରପଞ୍ଚଙ୍କ ପ୍ରତିନିଧି କାଳୁଚରଣ କାଣ୍ଡି, ଦୁଗଲ ସମିତି ସଭ୍ୟାଙ୍କ ପ୍ରତିନିଧି ଯୋଗେନ୍ଦ୍ର ଖଟୋଇ, ସତ୍ୟବାଦୀ ବ୍ଲକ ବିଜେଡି ସଭାପତି ପ୍ରମୋଦ ରାଉତରାୟ, ଯୁବ ସଭାପତି ଶରତ ରାଉତ, ପୁରୀ ଜିଲା ବିଜେଡି ସମ୍ପାଦକ ସୁବାସ ପ୍ରଧାନ ପ୍ରମୁଖଙ୍କ ସମେତ ବିଜେଡି ନେତା ଓ କର୍ମୀ ଏଥିରେ ଅଂଶଗ୍ରହଣ କରିଥିଲେ। ପିପିଲି ଏସ୍‌ଡିପିଓ ବିରଞ୍ଚି ନାରାୟଣ ପତି, ସତ୍ୟବାଦୀ ଆଇଆଇସି ଉମେଶ ଚନ୍ଦ୍ର ସାହୁ, ସତ୍ୟବାଦୀ ଅତିରିକ୍ତ ତହସିଲଦାର ରାଜେଶ ପ୍ରିୟଦର୍ଶୀ ଏକ ପ୍ଲାଟୁନ ଫୋର୍ସ ସହ ଘଟଣାସ୍ଥଳରେ ଉପସ୍ଥିତ ଥିଲେ। ବିଧାୟକ ମିଶ୍ର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଏହି ଘଟଣା ନୂଆ ନୁହେଁ। ନିର୍ବାଚନ ସମୟରେ ବିରୋଧୀ ଗୋଷ୍ଠୀ ଏଭଳି ହୀନ ଉଦ୍ୟମ କରିଥିଲେ। ମାତ୍ର ସତ୍ୟବାଦୀ ଜନସାଧାରଣ ଏହାର ଉଚିତ୍‌ ଜବାବ୍‌ ଦେଇଥିଲେ। ଅସହିଷ୍ଣୁ ଲୋକେ ପୁରୁଣା ଭିଡିଓକୁ ମାନିପୁଲେଟ କରି ଅପପ୍ରଚାର କରୁଥିବା ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ମାଗି ଧାରଣାରେ ବସିଲେ କୋଟିଆ ପଞ୍ଚାୟତର ଲୋକେ; ଚିନ୍ତାରେ ଓଡ଼ିଶା ସରକାର

ପଟ୍ଟାଙ୍ଗି,୧୦।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟ ତହସିଲ କାର୍ଯ୍ୟାଳୟ ସମୁଖରେ ଓଡ଼ିଶାର ସୀମାନ୍ତ ଗ୍ରାମବାସୀ ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି ଉଠାଇ ଧାରଣା ଦେବା ଦୃଶ୍ୟ...

ବିଜେଡିର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଲେନି ଅମର, ପ୍ରତିକ୍ରିୟାରେ କହୁକହୁ କହିଦେଲେ…

ଯାଜପୁର,୧୦ା୧୦: ଯାଜପୁର ବିଜେଡି ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଅମର ଶତପଥୀ ଯୋଗ ନ ଦେବାକୁ ନେଇ ରାଜ୍ୟ ରାଜନୀତି ଚର୍ଚ୍ଚା ଜୋର୍‌ ଧରିଛି। ଅମର କାହିଁକି...

ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର...

ଟାଟା ଷ୍ଟିଲ ଯୋଡାରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦୁଝର,୧୦।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଭାରତର ଅନ୍ୟତମ ସମ୍ମାନଜନକ ଶିଳ୍ପପତି ରତନ ଟାଟାଙ୍କୁ ସମ୍ମାନ ଜଣାଇ ଗୁରୁବାର ଟାଟା ଷ୍ଟିଲ ଯୋଡା ପକ୍ଷରୁ ଏକ...

ବାଲିମାଫିଆଙ୍କ କବ୍‌ଜାରେ ଋଷିକୂଲ୍ୟା, ଦିନ ଦ୍ୱିପ୍ରହରରେ ଜେସିବି ଲଗାଇ…

ପୁରୁଷୋତ୍ତମପୁର,୧୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ବାଲିମାଫିଆମାନେ ସକ୍ରିୟ ହୋଇଉଠିଛନ୍ତି। ବିନା ଦ୍ୱିଧାରେ ଋଷିକୂଲ୍ୟା ନଦୀର ବିଭିନ୍ନ ସ୍ଥାନରୁ ବାଲି ଚୋରାଇ ନେବାରେ...

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨...

ଦଶହରା ପାଇଁ ଦାରିଙ୍ଗବାଡ଼ି-ସିମନବାଡ଼ି ଉତ୍ସବମୁଖର, ଆରମ୍ଭ ହେଲା ମା’ଙ୍କ ଅଷ୍ଟମୀ ପୂଜା

ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏବେ ଚାରିଆଡ଼େ ଶାରଦୀୟ ପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହିଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି...

ସ୍କୁଟିକୁ ସାମ୍ନାପଟୁ ଧକ୍କାଦେଲା ବାଇକ୍‌, ୪ ଗୁରୁତର

ପାଟଣା,୧୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ହନୁମାନ ଛକ ନିକଟରେ ଗୁରୁବାର ଅପରାହ୍ନରେ ଏକ ବାଇକ୍‌ ସ୍କୁଟି ସହ ମୁହାଁମୁହିଁ ଧକ୍କା ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri