ଯୌତୁକ ବାଇକ୍‌ ପୋଡ଼ିଦେଲେ ଦୁର୍ବୃତ୍ତ

କୋକସରା,୨୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝିଗୁଡ଼ା ପଞ୍ଚାୟତ ଦାବ୍ରିଗୁଡ଼ା ଗ୍ରାମର ସୁଦର୍ଶନ ନାଏକଙ୍କ ଘର ବାରଣ୍ଡା ଆଗରେ ଥିବା ୟାମାହା ନମ୍ବର ଓଡି ୦୮ ଏଲ୍‌ ୭୨୬୨କୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଅଜଣା ଦୁର୍ବୃତ୍ତ ପୋଡି ଦେଇଥିବା ନେଇ କୋକସରା ଥାନାରେ ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, ଦାବ୍ରିଗୁଡ଼ା ଗ୍ରାମର ସୁଦର୍ଶନ ନାଏକ ନିଜ ଝିଅର ବିବାହ ସମୟରେ ଧର୍ମଗଡ ବ୍ଲକ ତେଣ୍ଡାପାଲି ଗ୍ରାମର ଜନୈକ ଯୁବକଙ୍କୁ ବାଇକ ଯୌତୁକରେ ଦେଇଥିଲେ, ହେଲେ କିଛି କାରଣକୁ ନେଇ ବିବାହ ବିଚ୍ଛେଦ ହେବାରୁ ଯାନିଯୌତୁକ ଦେଇଥିବା ସାମଗ୍ରୀ ସହ ବାଇକ୍‌କୁ ମଧ୍ୟ ନେଇ ଆସିଥିଲେ କନ୍ୟାପକ୍ଷ । ଜ୍ବାଇଁଙ୍କୁ ଦେଇଥିବା ବାଇକ୍‌ଟି ରାତିରେ ଘର ବାରଣ୍ଡାରେ ଲକ୍‌ କରି ରଖିଥିବା ବେଳେ ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଆସି ବାଇକକୁ ପୋଡ଼ି ଦେଇଥିବା ଦେଖିବାକୁ ମିଳିଛି। ବାଇକ୍‌ଟି ନିଆଁରେ ସମ୍ପୂର୍ଣ୍ଣ ଭାବେ ପୋଡ଼ିଯାଇଛି। ଏନେଇ ଶନିବାର କୋକସରା ପୋଲିସରେ ସୁଦର୍ଶନ ନାଏକ ଅଭିଯୋଗ କରିଛନ୍ତି। ତେବେ କିଏ କାହିଁକି ବାଇକକୁ ପୋଡ଼ିଛି ତାହାର କାରଣ ଅସ୍ପଷ୍ଟ ରହିଛି। କୋକସରା ପୋଲିସ ପକ୍ଷରୁ ୧୯୧/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri