ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍‌: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

ଫୁଲବାଣୀ/ଫିରିଙ୍ଗିଆ,୨୮ା୫(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ) -କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କାଳିଆ ସାହି ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ସନ୍ଧ୍ୟାରେ ‘ସାଲୁଙ୍କି’ ନାମକ ଘରୋଇ ବସ ଓଲଟି ପଡ଼ିଛି। ଏଥିରେ କଣ୍ଡକ୍ଟରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଫିରିଙ୍ଗିଆ ପୋଲିସ, ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବସ ତଳେ କେତେଜଣ ଚାପି ହୋଇ ରହିଥିବା ଜଣାପଡିଛି। ଆହତମାନଙ୍କୁ ଫିରିଙ୍ଗିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଗୁରୁତରମାନଙ୍କୁ ଫୁଲବାଣୀସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ଜଣାପଡ଼ିନାହିଁ। ସାଲୁଙ୍କି ବସଟି ମୁନିଗୁଡ଼ାରୁ ଫୁଲବାଣୀ ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। କେଉଁ କାରଣରୁ ବସ ଓଲଟିଲା ତାହା ଜଣାପଡ଼ିନାହିଁ । କନ୍ଧମାଳ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଜିଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଏସଡ଼ିପିଓ ସୁପ୍ରସନ୍ନ ମଲ୍ଲିକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri