ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍‌, ୨୩ ଆହତ, ୩ ଗୁରୁତର

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା): ମୁକୁନ୍ଦପୁର ଘାଟିରେ ବସ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୩ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀ ଗୁରୁତର ଅବସ୍ଥାରେ ରହିଥିବା ଜଣାପଡିଛି। ଆହତ ସମସ୍ତଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଘଟଣାରୁ ପ୍ରକାଶ ଯେ, ଓଡି ୨୧ ଏ ୩୭୭୭ ତୁଫାନ( ମା ବାଙ୍ଗାରାମା) ବସରେ ୪୫ ଜଣ ଯାତ୍ରୀଙ୍କୁ ନେଇ ଧରି ବସଟି ବ୍ରହ୍ମପୁର ନିକଟ ହିଞ୍ଜିଳିକାଟୁରୁ ରାୟଗଡା ଅଭିମୁଖେ ଆସୁଥିବା ସମୟରେ କୋଲନରା ବ୍ଲକ ମୁକୁନ୍ଦପୁର ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ବର୍ତ୍ତମାନ ସୁଦ୍ଧା ୨୩ ଜଣ ସାମାନ୍ୟ ଆହତ ଥିବା ବେଳେ ଯାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଥିମଧ୍ୟରୁ ୩ ଜଣ ଯାତ୍ରୀ ଗୁରୁତର ଥିବା ଜଣାପଡିଛି। ସମସ୍ତ ଗୁରୁତରଙ୍କୁ ଅମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାୟରେ ଭର୍ତ୍ତି ହୋଇଥିବା ସମୟରେ ବସର ସମସ୍ତ ଯାତ୍ରୀ ଅଳ୍ପ ବହୁତ ଆହତ ହୋଇଥିବା ନେଇ ଯାତ୍ରୀ କହିଛନ୍ତି। ଏବଂ ଏହି ଦୁର୍ଘଟଣାରେ କେହି ମୃତ୍ୟୁ ବରଣ କରିନଥିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

କୁଚିଣ୍ଡା,୩୦୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅଞ୍ଚଳରେ ଘରୋଇ କଳହକୁ ନେଇ ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ମୃତା...

ଦୁର୍ଘଟଣାରେ ସେନା କର୍ମଚାରୀଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ଷଷ୍ଠ ବାଟାଲିୟନ, ବିହାର ରେଜିମେଣ୍ଟରେ ହାବିଲଦାର ତଥା ଗାଡ଼ି ଚାଳକ...

ଥାନା ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଲେ

କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍‌କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍‌କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା...

ନବବଧୂଙ୍କ ମୃତ୍ୟୁ, ସ୍ବାମୀ ଥାନାରେ ଅଟକ

ହିଞ୍ଜିଳିକାଟୁ,୩୦।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମରେ ଜଣେ ନବବଧୂଙ୍କ ମୃତ୍ୟୁ ଘଟିଛି। କୋଳିଦାସପୁର ଗ୍ରାମର ଶଙ୍କର ଭଉଳଙ୍କ ଝିଅ ଦୀପିକା ଭଉଳ(୧୯)।...

୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ...

ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା

କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁର ମୁଖ୍ୟ ସଡ଼କ ଉପରେ ରବିବାର ଗୁଳିମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ମୃତ, ଅନ୍ୟ ଜଣେ ଗୁରୁତର

ଥୁଆମୂଳ ରାମପୁର,୩୦।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା...

ହାତୀଙ୍କୁ ଠେଙ୍ଗାରେ ମାଡ଼ ଘଟଣା: ଭିଡିଓ ଭାଇରାଲ ପରେ ଅଭିଯୁକ୍ତ ଚିହ୍ନଟ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀପଲକୁ ଠେଙ୍ଗାରେ ମାଡ଼ ଘଟଣାରେ ବନ ବିଭାଗ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଭିଡିଓ ଭାଇରାଲ ପରେ ଧରିତ୍ରୀରେ ଖବର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image