ସୁନ୍ଦରଗଡ଼,୨୮ା୪(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଏନ୍ଟିପିସି ଡୁଲଙ୍ଗା କୋଇଲା ଖଣି ଭିତରେ ବସ୍ ଦୁର୍ଘଟଣା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି।
ରବିବାର ରାତିରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଉଦ୍ଧାର କରି ରାତିରେ ଝାରସୁଗୁଡ଼ା ଟିଆର ଏଲ୍ ହସପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ଏହି ବସ୍ ଖଣି ଭିତରେ କାର୍ଯ୍ୟ କରୁଥିବା ଅପରେଟର ଓ ଶ୍ରମିକଙ୍କୁ ନେଇ ଆସୁଥିଲା ବେଳେ ଓଲଟି ପଡ଼ିଥିଲା।
ତେବେ ଆଜି ସକାଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।