ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ କରିଥାଏ। ଯଦି ଆପଣ ନିୟମିତ ଆୟ ଲାଗି ଭଲ ବିନିଯୋଗ ବିକଳ୍ପ ଖୋଜୁଛନ୍ତି, ତେବେ ପୋଷ୍ଟ ଅଫିସ୍‌ ମନ୍ଥଲି ଇନକମ୍‌ ସ୍କିମ୍‌(POMIS) ଏକ ଆକର୍ଷଣୀୟ ବିନିଯୋଗ ବିକଳ୍ପ ହୋଇପାରେ। ଏହି ଯୋଜନା ସାହାଯ୍ୟରେ କିଭଳି ପ୍ରତି ମାସରେ ୯୦୦୦ ଟଙ୍କା ରୋଜଗାର କରିପାରିବେ ସେ ବିଷୟରେ ଜାଣି ରଖନ୍ତୁ।
POMISର ଲାଭ:
ଏହି ଯୋଜନାରେ ବିନିଯୋଗର ଆରମ୍ଭ ମାତ୍ର ୧୦୦୦ ଟଙ୍କାରୁ କରିପାରିବେ। ଏହାକୁ ଆପଣ ଏକାକି ସହ ଜଏଣ୍ଟ ଆକାଉଣ୍ଟ ମଧ୍ୟ ଖୋଲିପାରିବେ। ସିଙ୍ଗଲ୍‌ ଆକାଉଣ୍ଟ ଥିବା ନିବେଶକ ଏହି ଯୋଜନାରେ ଅଧିକରୁ ଅଧିକ ୯ ଲକ୍ଷ ଟଙ୍କା ନିବେଶ କରିପାରିବେ। ହେଲେ  ଜଏଣ୍ଟ ଆକାଉଣ୍ଟରେ ୧୫ ଲକ୍ଷ ଟଙ୍କା ଯାଏ ନିବେଶ କରିହେବ। ଏହା ଏକ ୫ ବର୍ଷୀୟା ଯୋଜନା। ଯୋଜନାରେ ନିବେଶ କରିଥିବା ଟଙ୍କାରୁ ଆପଣ ପ୍ରତି ମାସରେ ରୋଜଗାର କରିପାରିବେ। ଏହି ଟଙ୍କା ଉପରେ ଆପଣଙ୍କୁ ସରକାରଙ୍କ ସୁରକ୍ଷାର ଗ୍ୟାରେଣ୍ଟି ମିଳିଥାଏ ଏବଂ ବର୍ତ୍ତମାନ ସମୟରେ ସରକାର ବର୍ଷକୁ ୭.୪% ସୁଧ ଦିଆଯାଉଛି।
ମାସକୁ ୯ ହଜାର କିଭଳି ମିଳିବ?
ଯଦି ଆପଣ ଚାହିଁବେ ତେବେ ଏହି ଯୋଜନା ସହାୟତାରେ ଆପଣ ଅବସର ମଧ୍ୟ ପ୍ଲାନ କରିପାରିବେ। ପ୍ରତି ମାସରେ ନିଶ୍ଚିତ ରୋଜଗାର ପାଇପାରିବେ। ଏଥିରେ ଯଦି ଆପଣ ଜଏଣ୍ଟ ଆକାଉଣ୍ଟ ମାଧ୍ୟମରେ ୧୫ ଲକ୍ଷ ନିବେଶ କରନ୍ତି ତେବେ ୭.୪% ସୁଧ ହାରରେ ମାସକୁ ୯୨୫୦ ଟଙ୍କା ରୋଜଗାର କରିପାରିବେ।

Enter your email to get our daily news in your inbox.

All Right Reserved By Dharitri.Com

ମୁଦ୍ରାସ୍ଫୀତିକୁ ନେଇ ଆରବିଆଇ ଗଭର୍ନର ଦେଲେ ବଡ଼ ସୂଚନା, କହିଲେ ଆମେ ଏହାକୁ…

ନୂଆଦିଲ୍ଲୀ,୨୬ା୧୦: ଭାରତୀୟ ଅର୍ଥନୀତିରେ ଉତ୍ଥାନପତ୍ତନ ଜାରି ରହିଛି। ଏଫ୍‌ଆଇଆଇ ଦେଶ ଛାଡୁଛନ୍ତି। ଏହି କାରଣରୁ ଗତ କିଛିଦିନ ହେବ ଷ୍ଟକ୍‌ ମାର୍କେଟରେ ମଧ୍ୟ ଏକ ବିରାଟ...

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ...

ରିଲାଏନ୍ସ ଡିଜିଟାଲରେ ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୨୬।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ଦୀପାବଳିରେ ମଧ୍ୟ ରିଲାଏନ୍ସ ଡିଜିଟାଲର ଇଲେକ୍ଟ୍ରୋନିକ୍ସ ମହୋତ୍ସବ ପାଳନ କରାଯାଉଛି। ଏପରିକି ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ...

ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ...

ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ...

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri