ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ ଖଣିଜ ବିଦେଶ ଇଣ୍ଡିଆ ଲିମିଟେଡ୍‌ (କାବିଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଜିଓଫିଜିକାଲ୍‌ ଅନୁସନ୍ଧାନ କ୍ଷେତ୍ରରେ ଏକ ଦୀର୍ଘକାଳୀନ ସହଯୋଗ ତଥା କ୍ରିଟିକାଲ୍‌ ମିନେରାଲ କ୍ଷେତ୍ରରେ ନିଜର ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ବିତ କରିବା ନିମନ୍ତେ ଏହି ଚୁକ୍ତିନାମା ହୋଇଛି। ଏହା ମାଧ୍ୟମରେ ଜିଓଫିଜିକାଲ୍‌, ଜିଓକେମିକାଲ୍‌ ଏବଂ ଜିଓଲୋଜିକାଲ୍‌ ସର୍ଭେ ସହିତ ତଥ୍ୟ ବିଶ୍ଳେଷଣ, ବ୍ୟାଖ୍ୟା ଓ ମଡେଲିଂ, ବୈଜ୍ଞାନିକ ଜ୍ଞାନ ଆଦାନପ୍ରଦାନ, ବୈଷୟିକ ସହାୟତା ଏବଂ ପରାମର୍ଶ ସେବା ଦିଗରେ ଉଭୟ ସଂସ୍ଥାର ମିଳିତ ସହଯୋଗରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯିବ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରସ୍ଥିତ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ନାଲ୍‌କୋର ସିଏମ୍‌ଡି ତଥା କାବିଲ ଚେୟାରମ୍ୟାନ୍‌ ଶ୍ରୀଧର ପାତ୍ରଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ନାଲ୍‌କୋ ନିର୍ଦ୍ଦେଶକ (ବାଣିଜି୍ୟକ) ତଥା କାବିଲ୍‌ ସିଇଓ ସଦାଶିବ ସାମନ୍ତରାୟ ଏବଂ ସିଏସ୍‌ଆଇଆର-ଏନ୍‌ଜିଆରଆଇର ନିର୍ଦ୍ଦେଶକ ଡ.ପ୍ରକାଶ କୁମାର ସ୍ବାକ୍ଷର କରିଛନ୍ତି। ଏ ସମ୍ପର୍କରେ ସିଏମ୍‌ଡି, ନାଲ୍‌କୋ ତଥା ଚେୟାରମ୍ୟାନ୍‌ କାବିଲ, ଶ୍ରୀଧର ପାତ୍ର କହିଛନ୍ତି, ଏହି ସହଯୋଗ ମାଧ୍ୟମରେ କାବିଲର ବିଭିନ୍ନ ପ୍ରକଳ୍ପ ନିମନ୍ତେ ନୂତନ ଉଦ୍ଭାବନ ଏବଂ କାର୍ଯ୍ୟକ୍ଷମ ଅନ୍ତର୍ଦୃଷ୍ଟି ନିମନ୍ତେ ଅନେକ ମାର୍ଗ ଉନ୍ମୁକ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri