ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ ତାଙ୍କ ନାବାଳକ ପୁଅଙ୍କୁ ବାଡିରେ ପିଟିଥିଲେ। ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଅତିରିକ୍ତ ତହସିଲଦାରଙ୍କ ମାଡ଼ ମାରିବା ଭିଡିଓ ପ୍ରଥମେ ସୋସିଆଲ ମିଡିଆରେ ଭାଇରାଲ୍‌ ହେବା ପରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ମାଜିଷ୍ଟ୍ରେଟ୍‌ଙ୍କ ଏଭଳି ଅମାନବୀୟ କାର୍ଯ୍ୟକୁ ବିଭିନ୍ନ ସଙ୍ଗଠନ ନିନ୍ଦା କରିବା ସହ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ବ୍ରଜରାଜନଗରର ମାନବାଧିକାର କର୍ମୀ ରବି ସୋନୀ ଶୁକ୍ରବାର ଏ ନେଇ ମାନବାଧିକାର କମିଶନରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହାର ତଦନ୍ତ କରାଯାଇ ସମ୍ପୃକ୍ତ ଅତିରିକ୍ତ ତହସିଲଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଏଭଳି ସ୍ଥିତିରେ ଜିଲାପାଳ ସରୋଜ କୁମାର ସାମଲଙ୍କ ନିର୍ଦ୍ଦେଶରେ ଉପଜିଲାପାଳ ଶୁକ୍ରବାର ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମାଡ଼ ଖାଇଥିବା ବୃଦ୍ଧ ବ୍ୟବସାୟୀ ଦେବେନ ଝା ଓ ନାବାଳକ ପୁଅଙ୍କୁ ତାଙ୍କ ଘରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେଠାକୁ ଅତିରିକ୍ତ ତହସିଲଦାର ତିର୍କୀଙ୍କୁ ମଧ୍ୟ ଡକାଯାଇଥିଲା। ଉପଜିଲାପାଳ ଶିବ ଟପ୍ପୋ ପଚରାଉଚରା କରି ଉଭୟ ପକ୍ଷଙ୍କ ବୟାନ ରେକର୍ଡ କରିଥିବା ଜଣାପଡିଛି। ଭାଇରାଲ୍‌ ହୋଇଥିବା ଭିଡ଼ିଓ ଦେଖିବା ପରେ ମାଜିଷ୍ଟ୍ରେଟ୍‌ ବ୍ୟବସାୟୀଙ୍କୁ କାହିଁକି ଓ କେଉଁ ପରିସ୍ଥିତିରେ ବାଡିରେ ପଟିଲେ ତାହାର ତଦନ୍ତ ଚାଲିଛି ବୋଲି ଉପଜିଲାପାଳ ଶିବ ଟପ୍ପୋ କହିଛନ୍ତି। ସେ ଆଉ କହିଛନ୍ତି, ତଦନ୍ତ କରାଯାଇ ସବିଶେଷ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯିବ। ଏହା ଉପରେ ଜିଲାପାଳ ଯାହାକିଛି ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ବାଇକ୍‌ରେ ଯାଉଥିଲେ ୪ ଜଣ, ସମସ୍ତଙ୍କୁ ଚାପିଦେଲା ଟ୍ରକ୍‌

ଜୟପୁର,୨୨ା୧୧(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଜବାକନାଡ଼ି ନିକଟରେ ଶୁକ୍ରବାର ସକାଳେ ଟ୍ରକ୍‌ ସହ ଏକ ବାଇକ୍‌ର ମୁହାଁମୁହିଁ ଧକ୍କା ହେବାରୁ...

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ...

ବନ୍ଦ ହେଲା ପାର୍ସଲ, ଲଗେଜ୍‌ ଟ୍ରାଫିକ୍‌

ଯାଜପୁର,୨୨ା୧୧(ହର୍ଷବର୍ଦ୍ଧନ ବେହେରା): ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝର ରୋଡ଼ ରେଳ ଷ୍ଟେଶନକୁ ଅଣଦେଖା କରୁଥିବା ଅଭିଯୋଗର ସତ୍ୟତା ଏବେ ବାରି ହୋଇ ପଡୁଛି। ଦୀର୍ଘବର୍ଷ ହେଲା...

ବିକାଶମୂଳକ କାର୍ଯ୍ୟକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ମଣ୍ଡଳୀ ବିକାଶ କମିଟି ବୈଠକ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଶାଖାର ସଭାଗୃହ ଠାରେ ଅନୁଷ୍ଠିତ...

ମହିଳା ଓ ଶିଶୁ ବିକାଶ ବିଭାଗ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ

କଟକ,୨୨ା୧୧ (କାର୍ତ୍ତିକ ସାହୁ): ଓଡ଼ିଶା ରାଜ୍ୟ ମହିଳା କମିଶନ ସଦସ୍ୟାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ବରଖାସ୍ତ କରିବା ନେଇ ହାଇକୋର୍ଟରେ ରୁଜୁ ମାମଲାର...

ବିଜେଡି ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ: ହିମାଂଶୁ

ଯାଜପୁର/କାଏମା, ୨୨ା୧୧ (ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି): ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ...

ବାଘକୁ ନେଇ ବିଧାୟକ ବିବ୍ରତ

ବାରିପଦା,୨୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଘ କବଳରୁ ରକ୍ଷା...

ମଧ୍ୟାହ୍ନଭୋଜନରେ ପୋକ, ଘରକୁ ଫେରିଲେ ଛାତ୍ରୀଛାତ୍ର

କଣାସ/ସାକ୍ଷୀଗୋପାଳ,୨୨।୧୧ (ବିଭୂତି ଭୂଷଣ ତ୍ରିପାଠୀ/ଭରତ ରାଉତ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri