ବିରୂପା ବ୍ରିଜ୍‌ ଉପରେ  ସାଇକେଲ୍‌ ମୋବାଇଲ ରଖି …

କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ। ନିଖୋଜ ଛାତ୍ର ହେଲେ ଚୌଦ୍ୱାର ୧୨ ନଂ ୱାର୍ଡର ପ୍ରଦୀପ କୁମାର ଦାସ। ସେ ଯୁକ୍ତ ୩ରେ ପଢ଼ୁଥିଲେ।
ତେବେ ସକାଳେ ଛାତ୍ର ଜଣଙ୍କ ବିରୂପା ବ୍ରିଜ ଉପରେ ସାଇକେଲ ମୋବାଇଲ ବ୍ୟାଗ ରଖି ନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପରିବାର ଲୋକଙ୍କ ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
ଅଗ୍ନିଶମ ବାହିନୀ ପହଞ୍ଚି ଛାତ୍ରଙ୍କୁ ଖୋଜାଖୋଜି କରୁଛି। ପରିବାର ଲୋକେ ମଧ୍ୟ ପହଞ୍ଚିଛନ୍ତି। ତେବେ ଛାତ୍ର ଜଣଙ୍କ କେଉଁ କାରଣ ପାଇଁ ନଦୀକୁ ଡେଇଲେ ଏହା ପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ି ନ ଥିବା ବେଳେ  ଛାତ୍ର ଜଣଙ୍କ ଘରୁ ରାଗକି  ଆସି ଏପରି ପଦକ୍ଷେପ ନେଇଥିବା କୁହାଯାଉଛି।
କାହିଁକି ନେଲେ  ଚରମ ନିଷ୍ପତ୍ତି ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ର୍ନିଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ଧରୁନି। ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ନିମନ୍ତେ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବିଜେଡି ମଧ୍ୟ ଆସନ୍ତାକାଲି ପାଇଁ ଦେଇଥିବା ହରତାଳ ଡାକରାକୁ ପ୍ରତ୍ୟାହାର କରିଛି। ଇତି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର ଥାନାରେ ର୍ନିଯାତନା ଅଭିଯୋଗ ଆଣିଥିବା ଯୁବତୀ ତାଙ୍କ ବାପା ଓ ମେଜର ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…
ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର ଥାନାରେ ନିର୍ଯାତନା ଅଭିଯୋଗ ଆଣିଥିବା ଯୁବତୀ ତାଙ୍କ ବାପା ଓ ମେଜର।
ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ପ୍ରତିନିଧି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ଆଲୋଚନା ସକାରାତ୍ମକ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ସବୁ ସମସ୍ୟାର ସମାଧାନ ନିମନ୍ତେ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ପୀ ବାପା।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ  ସେ କହିଛନ୍ତି, ଆମ ଅନୁରୋଧ ରଖି ସାକ୍ଷାତ କରିବାକୁ ସମୟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛୁ। ଦୁଇ ଦିନ ପୂର୍ବେ ପୋଲିସ ଅଧିକାରୀମାନେ ୟୁନିଫର୍ମ ପିନ୍ଧି ପ୍ରତିବାଦ ଜଣାଇଥିବାରୁ ଏହି ତଦନ୍ତ ନିରପେକ୍ଷ ହେବ କି ନାହିଁ ମନରେ ସନ୍ଦେହ ଥିଲା। ତେଣୁ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲୁ। ମୁଖ୍ୟମନ୍ତ୍ରୀ ଆମର ଏହି ଦାବିକୁ ମାନି ନେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ତଦନ୍ତ ରିପୋର୍ଟରେ ସତ ଉନ୍ମୋଚନ ହେବ ବୋଲି ବିଶ୍ୱାସ ଥିବା ସେ କହିଛନ୍ତି। ଏଥିସହ ଯେଉଁମାନେ ଝିଅର ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି  ସେମାନଙ୍କୁ ଚିହ୍ନଟ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଯୁବତୀଙ୍କ ବାପା କହିଛନ୍ତି।
ଝିଅ ରେଷ୍ଟୁରାଣ୍ଟ ଚଳାଉଥିବାରୁ ସବୁବେଳେ ରାତିରେ ଘରକୁ ଫେରେ। ତେଣୁ ଏହାକୁ ନେଇ ଭବିଷ୍ୟତରେ ଯେପରି କୌଣସି ସମସ୍ୟା ନହୁଏ ତାହା ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି  ତାଙ୍କ ବାପା । ମୁଖ୍ୟମନ୍ତ୍ରୀ ମଧ୍ୟ ଏହାକୁ ଗୁରୁତର ସହ ବିଚାରକୁ ନେଇଛନ୍ତି।
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଭେଟିଥିବା ବେଳେ  ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ                                                                                                                                               ଉପସ୍ଥିତ ଥିଲେ।
ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ନିମନ୍ତେ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରେ ବିଜେଡି ମଧ୍ୟ ମଙ୍ଗଳବାର ପାଇଁ ଦେଇଥିବା ହରତାଳ ଡାକରାକୁ ପ୍ରତ୍ୟାହାର କରିଛି।
ବାପା କହିଲେ …

Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍‌ ନୋଟ୍‌ରେ ଥିଲା…

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍‌ ଆରମ୍ଭ ହୋଇଛି।...

ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀଙ୍କ ଜୀବନ ଗଲା: ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୨୩ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ ୪୦ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ। ଜଣେ ଛାତ୍ରୀ...

ମଞ୍ଚକୁ ଆଇଟମ୍‌ ଗର୍ଲ ଆସିବାରେ ହେଲା ବିଳମ୍ବ: ମଞ୍ଚ ଉପରକୁ ଚେୟାର ଫୋପାଡ଼ିଲେ

ପାଟଣା,୨୩।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ସାହାରପଡା ବ୍ଲକ ଦାମାହୁଦା ଠାରେ ଚାଲିଛି ଯାତ୍ରା କଳିଙ୍ଗକନ୍ୟା। ମଞ୍ଚକୁ ସୋମବାର ରାତିରେ ଜଣେ ଚର୍ଚ୍ଚିତ ଆଇଟମ୍‌ ଗର୍ଲ ଆସିବାର...

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ...

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ।...

ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ

ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ,...

ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଏମ୍‌ପି, ବିଡିଓ- ତହସିଲଦାରଙ୍କ ସହ ମିଶି କଲେ ସଫେଇ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତରେ ଆସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ।...

ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri