ଭୁବନେଶ୍ୱର,୨୭ା୯(ବ୍ୟୁରୋ)-ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଛି। ଏ ନେଇ ରବିବାର ବିଜେଡି ସାଧାରଣ ସମ୍ପାଦକ(ମିଡିଆ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ଏକ ପ୍ରେସ୍ ବିଜ୍ଞପ୍ତିରେ ଜଣାଇଛନ୍ତି।