Categories: ଜାତୀୟ

CAA ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର, ଜାଣନ୍ତୁ କାହାକୁ ମିଳିବ ଦେଶର ନାଗରିକତା

ନୂଆଦିଲ୍ଲୀ,୧୧।୩: ଲୋକ ସଭା ନିର୍ବାଚନ ୨୦୨୪ ଘୋଷଣା ପୂର୍ବରୁ ସୋମବାର ଦେଶରେ ନାଗରିକତା ସଂଶୋଧନ ନିୟମ (ସିଏଏ) ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି।

ନାଗରିକତା ସଂଶୋଧନ ନିୟମ (ସିଏଏ) ଅନୁଯାୟୀ, ୩୧ ଡିସେମ୍ବର ୨୦୧୪ ପୂର୍ବରୁ ବାଂଲାଦେଶ, ପାକିସ୍ଥାନ ଏବଂ ଆଫଗାନିସ୍ତାନରୁ ଭାରତକୁ ଆସିଥିବା ହିନ୍ଦୁ, ଶିଖ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନଙ୍କ ସମେତ ନିର୍ଯାତନାର ସମ୍ମୁଖୀନ ହୋଇଥିବା ଅଣ-ମୁସଲମାନ ପ୍ରବାସୀ ଭାରତୀୟଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ଡିସେମ୍ବର ୨୦୧୯ରେ ଏହା ସଂସଦରେ ପାରିତ ହୋଇଥିଲା। ଏହାକୁ ମଧ୍ୟ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଥିଲା। ଏହି ବିଲ ଭାରତର କୌଣସି ସଂଖ୍ୟାଲଘୁଙ୍କ ବିରୁଦ୍ଧରେ ନୁହେଁ ଏବଂ ପ୍ରତ୍ୟେକ ଭାରତୀୟ ନାଗରିକଙ୍କ ଅଧିକାରକୁ ସମାନ ଭାବରେ ସୁରକ୍ଷିତ ରହିବ।

Share