Posted inଜାତୀୟ

୭ ଦିନରେ ଲାଗୁ ହେବ ସିଏଏ: କହୁ କହୁ ସେମିତି କହିଦେଲି, ମନ୍ତ୍ରୀ ଦେଲେ ସ୍ପଷ୍ଟୀକରଣ…

କୋଲକାତା,୪।୨ : ପଶ୍ଚିମବଙ୍ଗର ଭାଜପା ଲୋକସଭା ଏମପି ତଥା ବନ୍ଦର, ପରିବହନ ଏବଂ ଜଳପଥ ମନ୍ତ୍ରୀ ଶାନ୍ତନୁ ଠାକୁରଙ୍କ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ସମ୍ବନ୍ଧରେ ଦେଇଥିବା ବିବୃତ୍ତି ଅନେକ ଆଲୋଡ଼ନ ସୃଷ୍ଟି କରିଥିଲା। ଗତ ସପ୍ତାହରେ ସେ କହିଥିଲେ ଏକ ସପ୍ତାହ ମଧ୍ୟରେ ସାରା ଦେଶରେ ସିଏଏ ଲାଗୁ ହେବ। ତେବେ କେନ୍ଦ୍ର ମନ୍ତ୍ରୀ ବର୍ତ୍ତମାନ ତାଙ୍କ ବିବୃତ୍ତିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି।

କୋଲକାତାରେ ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ଶାନ୍ତନୁ ଠାକୁର କହିଛନ୍ତି ଖୁବ ଶୀଘ୍ର ସିଏଏ କାର୍ଯ୍ୟକାରୀ ହେବ। ଜାନୁୟାରୀ ୨୯ ରେ ଦେଇଥିବା ମନ୍ତବ୍ୟ ନେଇ ସେ କହିଛନ୍ତି କହୁ କହୁ ସେମିତି କହିଦେଇଥିଲି। ବାସ୍ତବରେ, ମୁଁ କହିବାକୁ ଚାହିଁଥିଲି ସିଏଏ ପାଇଁ ନିୟମକୁ ଅନ୍ତିମ ରୂପ ଦିଆଯିବ। କାର୍ଯ୍ୟାନ୍ବୟନର ବିଷୟ ସେମିତି ମୋ ଫାଟିରୁ ଖସି ଯାଇଥିଲା।

କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଟିଏମସି କିମ୍ବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ର କାର୍ଯ୍ୟକାରିତାକୁ ବନ୍ଦ କରିବାର କୌଣସି ଅଧିକାର ନାହିଁ। ଶାନ୍ତନୁଙ୍କ ଅନୁଯାୟୀ ଯେଉଁମାନେ ଆନ୍ଦୋଳନ ଏବଂ ପ୍ରଦର୍ଶନ ମାଧ୍ୟମରେ ଏହାକୁ ବିରୋଧ କରୁଛନ୍ତି ସେମାନେ କେବଳ ରାଜନୈତିକ କାରଣରୁ ଏହା କରୁଛନ୍ତି। ରାଜ୍ୟ ସରକାର ମଧ୍ୟ ଦେଶର ଏକ ଅଂଶ। ବାହ୍ୟ ବ୍ୟାପାର ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଆପତ୍ତି ପ୍ରକୃତରେ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri