ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ବରଗଡ଼,୨୮ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ବୁଧବାର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍‌ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ସୁନ୍ଦରଗଡ଼ ସବ୍‌ଡେଗାରୁ ଛତିଶଗଡ଼ ଭାଲୁମୁଡ଼ା ଡବଲ ଲାଇନକୁ ବି ମଞ୍ଜୁରୀ ମିଳିଛି।

କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କହିଛନ୍ତି, ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ ଅଧୀନରେ କ୍ୟାବିନେଟ ୧୨ଟି ସ୍ମାର୍ଟ ସହରକୁ ଅନୁମୋଦନ କରିଛି। ତେବେ ସରକାର ୧୦ଟି ରାଜ୍ୟରେ ଏହି ପ୍ରକଳ୍ପ ପାଇଁ ୨୮,୬୦୨ କୋଟି ଟଙ୍କା ବିନିଯୋଗ କରିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକ ପରେ ଅଶ୍ୱିନୀ ବୈଷ୍ଣବ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ସ୍ମାର୍ଟ ସିଟି ପ୍ରକଳ୍ପ ପ୍ରାୟ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଯୋଗାଇବ। ଏହା ମଧ୍ୟ ପରୋକ୍ଷରେ ୩୦ ଲକ୍ଷ ନୂତନ ନିଯୁକ୍ତି ସୃଷ୍ଟି କରିବ। କେନ୍ଦ୍ରମନ୍ତ୍ରୀଙ୍କ କହିବାନୁସାରେ, ଏଥିରେ ୧.୫୨ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବାର ସମ୍ଭାବନା ରହିଛି। ଏହା ଅଧୀନରେ ୧୪ଟି ନୂଆ ରେଳ ଷ୍ଟେଶନ ମଧ୍ୟ ନିର୍ମାଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri