ଗରିବଙ୍କୁ ଦଶହରା ଭେଟି ଦେଲେ କେନ୍ଦ୍ର ସରକାର, ୨୦୨୮ ଯାଏ…

ନୂଆଦିଲ୍ଲୀ,୯।୧୦: ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଏହି ଯୋଜନାର ଲାଭ ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ପାଇପାରିବେ। ଏନେଇ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛି। ତେବେ ଏହା ଜୁଲାଇ ୨୦୨୪ରୁ ଡିସେମ୍ବର ୨୦୨୮ ଯାଏ ଚାଲିବ। ଏହି ଯୋଜନରେ ସରକାର ୧୭ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ।

ଖାଦ୍ୟ ଆଇନ ତଥା ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନା ଅନୁଯାୟୀ ୧୭,୦୮୨ କୋଟି ଟଙ୍କା ବଜେଟ ସହିତ ୨୦୨୮ ପର୍ଯ୍ୟନ୍ତ ପୁଷ୍ଟିକର ଚାଉଳର ମାଗଣା ଯୋଗାଣ ଜାରି ରଖିବାକୁ କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି। ପୁଷ୍ଟିକର ଉପାଦାନରେ ଭରପୂର ଚାଉଳ, ରକ୍ତହୀନତାର ସମାଧାନ ଏବଂ ଲୋକଙ୍କ ମଧ୍ୟରେ ମାଇକ୍ରୋନ୍ୟୁଟ୍ରିଏଣ୍ଟ ଅଭାବ ଦୂର କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ସରକାର କହିଛନ୍ତି ଯେ ଜୁଲାଇ ୨୦୨୪ ରୁ ଡିସେମ୍ବର ୨୦୨୮ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ଅଧୀନରେ ପୁଷ୍ଟିକର ଚାଉଳର ମାଗଣା ଯୋଗାଣ ଜାରି ରଖିବାକୁ କ୍ୟାବିନେଟ ଅନୁମୋଦନ କରିଛି। କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ପ୍ରଦାନ କରି ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ମାଗଣା ପୁଷ୍ଟିକର ଚାଉଳ ଯୋଗାଣ ପାଇଁ ମୋଟ ୧୭,୦୮୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଖର୍ଚ୍ଚ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ପୂରଣ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୬।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ଠାରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ଚିତ୍ରସେନ ବେହେରାଙ୍କ ନେତୃତ୍ୱରେ ଏକ ମଶାଲ ଶୋଭାଯାତ୍ରା...

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି...

ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର...

Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ...

ଏଣିକି ସ୍କୁଲରେ ମୋବାଇଲ୍‌ ମନା: ଜାଣନ୍ତୁ କ’ଣ ରହିଛି କାରଣ

ଡେନମାର୍କ,୧୬।୪: ପିଲାମାନଙ୍କ ଭବିଷ୍ୟତ ଏବଂ ମାନସିକ ସ୍ବାସ୍ଥ୍ୟକୁ ଧ୍ୟାନରେ ରଖି, ଡେନମାର୍କ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦେଶର ସରକାର...

ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍‌

ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ।...

ଭାରତର ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୫ ବିଚାରପତି

ନୂଆଦିଲ୍ଲୀ, ୧୬।୪ (ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ କେବଳ ୧୫ ଜଣ ବିଚାରପତି ରହିଛନ୍ତି। ମଙ୍ଗଳବାର ଜାରି ହୋଇଥିବା ‘ଇଣ୍ଡିଆ ଜଷ୍ଟିସ୍‌ ରିପୋର୍ଟ ୨୦୨୫’ରୁ...

ପୋଷାକକୁ ନେଇ ବିବାଦରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି

ଓ୍ବାଶିଂଟନ, ୧୬।୪:ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜି୍ୟକ ଯୁଦ୍ଧ ସୋସିଆଲ ମିଡିଆରେ ପହଞ୍ଚିଛି। ଏକ ଖବରଦାତା ସମ୍ମିଳନୀରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି କାରୋଲିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image