Categories: ଜାତୀୟ

ଧାନ ସମେତ ୧୪ ଫସଲର ସର୍ବନିମ୍ନ ସହାୟତା ମୂଲ୍ୟ ବଢାଇଲେ ସରକାର

ନୂଆଦିଲ୍ଲୀ, ୧୯।୬: ଧାନ, ରାଗି, ବାଜରା, ମକା, କପା ସମେତ ୧୪ ଖରିଫ ଫସଲର ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ବୁଧବାର କେନ୍ଦ୍ର କ୍ୟାବିନେଟ ଏହାକୁ ଅନୁମୋଦନ କରିଥିବା ସୂଚନ ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ”କୃଷକ କଲ୍ୟାଣ ପାଇଁ ଅନେକ ନିଷ୍ପତ୍ତି ମାଧ୍ୟମରେ ପରିବର୍ତ୍ତନ ସହିତ ନିରନ୍ତରତା ଉପରେ ଧ୍ୟାନ ଦେଉଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ତୃତୀୟ କାର୍ଯ୍ୟକାଳ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆଜିର ଏହି ନିଷ୍ପତ୍ତି ସହିତ କୃଷକମାନେ ଏମଏସପି ଆକାରରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କା ପାଇବେ। ଯାହା ପୂର୍ବ ସିଜିନ୍ ତୁଳନାରେ ୩୫,୦୦୦ କୋଟି ଟଙ୍କା ଅଧିକ।”

Share