ଆଜି କ୍ୟାବିନେଟ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଶନିବାର ପୂର୍ବାହ୍ନ ୧୧ଟା ୧୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତିରାଜ, ଉଚ୍ଚଶିକ୍ଷା, ସାଧାରଣ ପ୍ରଶାସନ ବିଭାଗ, କ୍ରୀଡା ଓ ଯୁବ ସେବା, ସ୍ବାସ୍ଥ୍ୟ, ଜଳ ସମ୍ପଦ, କୃଷି ଆଦି ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ। ଏଥିସହିତ ପାନୀୟ ଜଳ ପ୍ରକଳ୍ପ ଟେଣ୍ଡର, କ୍ୟାର୍ଡର ରୁଲ ସଂଶୋଧନ, ନଦୀବନ୍ଧ ଯୋଜନା, ଶିକ୍ଷକଙ୍କୁ ସପ୍ତମ ବେତନ କମିଶନ, ପ୍ରଳକ୍ପ ପାଇଁ ଜମି ଆବଣ୍ଟନ ଆଦି କେତେକ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି। ତେବେ କ୍ୟାବିନେଟ ଏଜେଣ୍ଡାକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି।

Share