Posted inଜାତୀୟ

ଶାନ୍ତ ପଡ଼ିଲେ ଶିନ୍ଦେ: ଆକ୍ସନ ମୋଡ୍‌ରେ ଆସିଲେ ନଜର

ପୁଣେ,୨୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ମିଳିତ ମଞ୍ଚ ‘ମହାୟୁତି’ ବହୁମତ ହାସଲ କରିଛି। ଏଥିରେ କେବଳ ଭାଜପା ୧୩୨ଟି ଆସନରେ ଐତିହାସିକ ବିଜୟ ହାସଲ କରିଛି। କିନ୍ତୁ ଏବେ ପ୍ରଶ୍ନ ହେଉଛି ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ‘ମହାୟୁତି’ର ବମ୍ପର ବିଜୟ ପରେ ସମସ୍ତ ତିନି ଦଳ ଭାଜପା, ଶିବସେନା ଶିନ୍ଦେ ଦଳ ଏବଂ ଏନସିପି ଅଜିତ ଦଳ ମୁଖ୍ୟମନ୍ତ୍ରୀ ପାଇଁ ଦାବି କରିଛନ୍ତି। ତେବେ ‘ମହାୟୁତି’ ତରଫରୁ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀ ପ୍ରସଙ୍ଗରେ ତିନି ଦଳ ଏକାଠି ନିଷ୍ପତ୍ତି ନେବେ।

ତେବେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଗ୍ରହୀ ଏକନାଥ ଶିନ୍ଦେଙ୍କ ରାଗ ଶାନ୍ତ ପଡ଼ିଥିବା କୁହାଯାଉଛି। ଶିନ୍ଦେ ଆକ୍ସନ ମୋଡକୁ ଆସିଛନ୍ତି। ଆଜିଠାରୁ ସମସ୍ତ ବୈଠକ ଆରମ୍ଭ କରିଛନ୍ତି। ସେ ଗତ ଦୁଇ ଦିନ ଧରି ବୈଠକ ବନ୍ଦ କରିଦେଇଥିଲେ। ଆଜି ଅପରାହ୍ନରେ ଥାନେ ଏବଂ ମୁମ୍ବାଇରେ ସମସ୍ତଙ୍କୁ ସେ ଭେଟିବେ ବୋଲି କହିଛନ୍ତି।

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ‘ମହାୟୁତି’ର ଅଂଶ ହୋଇଥିବା ଏକନାଥ ଶିନ୍ଦେଙ୍କ ଶିବସେନା ଏବଂ ଅଜିତ ପାୱାରଙ୍କ ଏନସିପିର ପ୍ରଦର୍ଶନ ମଧ୍ୟ ଭଲ ହୋଇଛି। ଏହି ବିଧାନସଭାରେ ମୋଟ ୨୮୮ ସଦସ୍ୟଙ୍କ ସହ ୨୩୬ଟି ଆସନ ଜିତିଛି। ଭାଜପା ୧୩୨ଟି, ଶିବସେନା ୫୭ ଏବଂ ଏନସିପି ୪୧ଟି ଆସନ ଜିତିଛି।
ଏମ୍‌ଭିଏରେ ଜାତୀୟତାବାଦୀ କଂଗ୍ରେସ ପାର୍ଟିର ପ୍ରାର୍ଥୀ (ଶରଦଚନ୍ଦ୍ର ପାୱାର) ୧୦ଟି, କଂଗ୍ରେସ ୧୬ଟି ସିଟ ଜିତିଥିବାବେଳେ ଶିବସେନା ୟୁବିଟି ୨୦ଟି ସିଟ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri