ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଥମିବ ପ୍ରଚାର

ଭୁବନେଶ୍ୱର,୧୧।୫: ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ଅନୁଷ୍ଠିତ ହେବ। ତେବେ ମତଦାନ ପାଇଁ ଆଜି ପ୍ରଚାର ସରିବ । ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକ ସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ଚଳିତ ନିର୍ବାଚନ ଦକ୍ଷିଣ ଓଡ଼ିଶା ଫୋକସରେ ରହିଛି । ଉଭୟ ଭାଜପା ଓ ବିଜେଡିର ଷ୍ଟାର ପ୍ରଚାରକ ନିଜ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି।

ଅନ୍ୟପଟେ, ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ଜୋରଦାର ପ୍ରଚାର କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଆଦି ମାରାଥନ ପ୍ରଚାର କରିଛନ୍ତି। ତେବେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପ୍ରଚାର କରିଥିବା ବେଳେ ଶନିବାର ଓଡ଼ିଶାର ୩ ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Share