କାନାର ବ୍ୟାଙ୍କର କର୍ପୋରେଟ ମିଟ୍‌

ଭୁବନେଶ୍ୱର,୧୪ା୬: କାନାରା ବ୍ୟାଙ୍କ ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଏକ କର୍ପୋରେଟ୍‌ ମିଟ୍‌ ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ କ୍ରାଉନ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୭୦ରୁ ଉର୍ଦ୍ଧ୍ୱ କର୍ପୋରେଟ୍‌ ଓ ଏମ୍‌ଏସ୍‌ଏମ୍‌ଇ ଗ୍ରାହକ ଭାଗ ନେଇଥିଲେ। କାନାରା ବ୍ୟାଙ୍କର ପ୍ରତିଷ୍ଠାତା ଏ. ସୁବାରାଓ ପାଇଙ୍କୁ ମାଲ୍ୟାର୍ପଣ କରିବା ସହ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ କାର୍ଯ୍ୟକ୍ରମର ଆରମ୍ଭ କରାଯାଇଥିଲା।

କାନାରା ବ୍ୟାଙ୍କ ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ଉପ-ମହାପ୍ରବନ୍ଧକ ପି.ଠାକୁର ନାଏକ ସମସ୍ତ ଗ୍ରାହକଙ୍କୁ ସ୍ବାଗତ ଜଣାଇଥିଲେ। ଏହି ଅବସରରେ ଗ୍ଲୋବାଲ ଟ୍ରେଡ୍‌ ପ୍ରୋସେସିଂ ସେଣ୍ଟର (ମଣିପାଲ)ର ହରିଶଙ୍କର ସିଂ ‘ଫରେକ୍ସ ଫର୍‌ ୟୁ’ ଉପରେ ଉପସ୍ଥାପନା ଦେଇଥିବା ସହ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ସହାୟକ ମହାପ୍ରବନ୍ଧକ ବାଲ୍‌ସୁବ୍ରମନ୍ୟନ୍‌ ପି ‘ଏପିଆଇ ବ୍ୟାଙ୍କିଙ୍ଗ୍‌ ଆଣ୍ଡ କର୍ପୋରେଟ୍‌ ଏଆଇଏଲ୍‌ ଆପ୍‌’ଉପରେ ଉପସ୍ଥାପନା ଦେଇଥିଲେ। କେୟାର ରେଟିଂ ଏଜେନ୍ସିର ବରିଷ୍ଠ ନିର୍ଦ୍ଦେଶକ ପ୍ରିତି ଅଗ୍ରୱାଲ ‘ମେଜର ସେକ୍ଟର ରିଲେଭାଣ୍ଟ ଫର ଓଡିଶା ଇକୋନୋମି’ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ।

କାନାରା ଏଚ୍‌ଏସ୍‌ବିସି ଲାଇଫ୍‌ ଇନ୍‌ସ୍ୟୁରାନ୍ସର ଭାଇସ୍‌ ପ୍ରେସିଡେଣ୍ଟ ବିକାଶ କୁମାର ଗୁପ୍ତା ‘ୱେଲ୍‌ଥ ଆଣ୍ଡ୍‌ ଲିଗାସି ପ୍ଲାନିଂ’ ଉପରେ ଉପସ୍ଥାପନା ଦେଇଥିବା ସହ ବରିଷ୍ଠ ପ୍ରବନ୍ଧକ (ମାର୍କେଟିଂ) ସୁମନ ଝା ‘କାନାରା ବେତନ ପ୍ୟାକେଜ’ ଉପରେ ଉପସ୍ଥାପନା ଦେଇଥିଲେ। ଏହି ବୈଠକରେ ପ୍ରଦାନ କରାଯାଇଥିବା ଉପସ୍ଥାପନାଗୁଡିକୁ ଲାଭଦାୟକ ମନେକରି କର୍ପୋରେଟ/ଏମ୍‌ଏସ୍‌ଏମ୍‌ଇ ଗ୍ରାହକମାନେ ପ୍ରଶଂସା କରିଥିଲେ। ଭୁବନେଶ୍ୱର ଅଞ୍ଚଳର ଉପମହାପ୍ରବନ୍ଧକ ନେତ୍ରମୋହନ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ...

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ...

ଜିଓର ଦୀପାବଳି ଅଫର, ମାତ୍ର ଏତିକି ଟଙ୍କାରେ ମିଳିବ ଅନଲିମିଟେଡ ୫ଜି ଡାଟା

ନୂଆଦିଲ୍ଲୀ,୨୩।୧୦: ଦେଶର ଲୋକପ୍ରିୟ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଦୀପାବଳି ଅଫର ଭାବରେ ମାଗଣା ଇଣ୍ଟରନେଟ ସୁବିଧା ଯୋଗାଉଛି। ଏହାପୂର୍ବରୁ ସେପ୍ଟେମ୍ବରରେ କମ୍ପାନୀ ଏୟାରଫାଇବର ସହିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୩।୧୦: ଚଳିତ ପାର୍ବଣ ଋତୁରେ ପ୍ରତ୍ୟେକ ଅବସରକୁ ସ୍ବତନ୍ତ୍ର କରିବା ପାଇଁ ଗ୍ରାହକମାନେ ଆମାଜନ ଡଟ୍‌ ଇନ୍‌ର ଫେଷ୍ଟିଭ ଗିଫ୍ଟିଙ୍ଗ ଷ୍ଟୋରକୁ ଅନ୍ବେଷଣ କରିପାରିବେ। ଏପରିକି...

ଖସିଲା ଶେୟାର ବଜାର

ମୁମ୍ବାଇ,୨୩।୧୦: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ...

ଓଡ଼ିଶା ବଜାରରେ ଜିନ୍ଦଲ ପାନ୍ଥର ସିମେଣ୍ଟ

ଭୁବନେଶ୍ୱର,୨୩।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସହାୟକ କମ୍ପାନୀ ଜିନ୍ଦଲ ପାନ୍ଥର ସିମେଣ୍ଟ (ଜେପିସି)...

ଲାଇଫ୍‌ ଷ୍ଟାଇଲର ଅଲ୍‌ ନ୍ୟୁ କଲେକ୍ସନ

ନୂଆଦିଲ୍ଲୀ,୨୩।୧୦: ଲାଇଫ୍‌ଷ୍ଟାଇଲ୍‌’ର ଅଲ ନ୍ୟୁ କଲେକ୍ସନର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଚଳିତ ପାର୍ବଣ ଋତୁର ସ୍ବତନ୍ତ୍ର ଫେଷ୍ଟିଭ କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି।...

୭% ରହିବ ଜିଡିପି ଅଭିବୃଦ୍ଧି ହାର

ଭୁବନେଶ୍ୱର,୨୩ା୧୦(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର(ଜିଡିପି) ଆକଳନକୁ ୭% ସ୍ଥିର ରଖିଛି। ଏହା ଜୁଲାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri