‘ଦାନା’କୁ ନେଇ ସମସ୍ତ  ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୧।୧୦: ସାମ୍ଭାବ୍ୟ  ବାତ୍ୟା ‘ଦାନା’କୁ ନେଇ ସମସ୍ତ  ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ରବିବାର ସାରେ ବାତ୍ୟା ମୁକାବିଲା ପାଇଁ  ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏଥିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ହୋଇଥିଲା। ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି) ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।
ବୈଠକ ପରେ ଏସଆର୍‌ସି ଦେଓ ରଞ୍ଜନ ସିଂହ  କହିଥିଲେ ସମ୍ଭାବ୍ୟ ଘୂର୍ଣ୍ଣିବଳୟକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।
ତେବେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଚନ୍ତି। ଲୋକେ ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ।
ଅନ୍ୟପକ୍ଷେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବଢି଼ବା ଆଶଙ୍କା ଥିବାରୁ ଏହା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ସରକାରୀ ସ୍ତରରେ ତତ୍ପରତା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତିଆରମ୍ଭ ହୋଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ।
ବାତ୍ୟା ମୁକାବିଲା ପାଇଁ ଜିଲା ସ୍ତରରେ ଆଗୁଆ ସତର୍କତା କରାଯାଇଛି । ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଯଥାରେ ଭୟଭୀତ ନ ହେବା ପାଇଁ ଲୋକଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି। ବିଶେଷ କରି ଉପକୂଳ ଜିଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲାକୁ ଆଲର୍ଟ ମୋଡ଼ରେ ରଖାଯାଇଛି।
ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଋତୁସ୍ରାବ ପାଇଁଁ ମିଳିବ ୧୨ଦିନ ଛୁଟି

ଭୁବନେଶ୍ୱର,୨୨।୧୦: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଋତୁସ୍ରାବ ପାଇଁ ଏବେ ଦିନେ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି...

ଘଡିକି ଘଡି ବଦଳିବ ଦିଗ! ବିଶେଷଜ୍ଞ ତାଜୁବ…

ଭୁବନେଶ୍ୱର,୨୨।୧୦: ବଳୁଆ ହେଉଛି ବାତ୍ୟା ଦାନା। ଆସନ୍ତାକାଲି ଅର୍ଥାତ୍‌ ୨୩ରୁ ୨୫ଯାଏଁ ତିନି ଦିନ ଧରି ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ...

ଜନ୍ମଦିନରେ ଘରକୁ ଫେରିଲେ ନାହିଁ; ମନ୍ଦିର ପରିସରରୁ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତଦେହ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ)-ରାଜଧାନୀ ଭୁବନେଶ୍ୱରର ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ପଥଗାଡିଆ ଅଞ୍ଚଳର ସୁଶାନ୍ତ ବେହେରା...

ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍‌, ଭାଇରାଲ ପରେ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍‌ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି...

ବାତ୍ୟା ଦାନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ବିଧାୟକମାନେ…

ଭୁବନେଶ୍ୱର,୨୨।୧୦: ସମୁଦ୍ର ଭିତରେ ବଳ ଗୋଟାଇ ୭ କିମି ବେଗରେ ମାଡି ଆସୁଛି ବାତ୍ୟା ଦାନା। ବାତ୍ୟା ଦାନାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ...

ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ, କାଲି ସ୍ଥାନାନ୍ତର ହେବେ ଲୋକେ: ମନ୍ତ୍ରୀ

ଭୁବନେଶ୍ୱର,୨୨।୧୦: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ମୁକାବିଲାକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଛନ୍ତି। ତେବେ ଏହାର ପ୍ରସ୍ତୁତି...

ମଝିରାତିରେ ଲ୍ୟାଣ୍ଡଫଲ୍‌! ୭ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୨।୧୦: ମାଡିଆସୁଛି ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଥିଲା। ଏବେ ତାହା...

Featured Video Play Icon

ଡରାଇଲା ନୂଆ ମଡେଲ! ଏଇଠି ଲ୍ୟାଣ୍ଡଫଲ୍‌ ହେଲେ ସବୁ ସରିଲା…

ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି ।ବାତ୍ୟା ଲ୍ୟାଣ୍ଡଫଲ୍ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri