ୱାକାଥନ ଜରିଆରେ କ୍ୟାନ୍‌ସର ସଚେତନତା

ଭୁବନେଶ୍ୱର,୧୦।୭ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା କଟକ ତେଲଙ୍ଗାପେଣ୍ଠସ୍ଥିତ ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ବାଲେଶ୍ୱରଠାରେ ରୋଟାରି କ୍ଲବ୍‌ ସହଭାଗିତାରେ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏକ ମେଗା ଓ୍ବାକାଥନ (କ୍ୱିଟ୍‌ ଟୋବାକୋ)ର ଆୟୋଜନ ସହ ଓ୍ବାକାଥନ ଜରିଆରେ କ୍ୟାନ୍‌ସର ସଚେତନତା ରାଲି ବାଲେଶ୍ୱର ଗାନ୍ଧୀ ସ୍ମୃତି ଭବନଠାରୁ ବାହାରି ଜିଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ଯାଇଥିଲା।
କ୍ୟାନ୍‌ସରର ଭୟବହତାକୁ ନେଇ ସମଗ୍ର ବିଶ୍ବ ବର୍ତ୍ତମାନ ଚିନ୍ତିତ ଥିଲାବେଳେ ଏହାର ନିରାକରଣ ଦିଗରେ ବିଶ୍ବର ବହୁ ବୈଜ୍ଞାନିକ କାର୍ଯ୍ୟରତ ଅଛନ୍ତି। ସେମାନେ ତାଙ୍କର ଚେଷ୍ଟା ଜାରି ରଖିଥିବାବେଳେ ସଚେତନତା ହିଁ ବର୍ତ୍ତମାନର ସମୟ ପାଇଁ ସର୍ବୋଷଧୀ। କାର୍ଯ୍ୟକ୍ରମର ୨ୟ ଅଧିବେଶନରେ ଏକ ସଚେତନତା ସଭା ଜିଲା ଅତିଥି ଭବନଠାରେ ଆୟୋଜନ କରାଯାଇଥିଲା। ଏହି ସଭାରେ ବାଲେଶ୍ବର ଜିଲାର ଅତିରିକ୍ତ ଜିଲା ଚିକିତ୍ସା ଅଧିକାରୀ ଡା. ମୃତ୍ୟୁଞ୍ଜୟ ମିଶ୍ର, ବାଲେଶ୍ବର ପୌରପାଳିକା ଅଧ୍ୟକ୍ଷା ସବିତା ସାହୁ, ସହଦେବ ଖୁଣ୍ଟା ଥାନା ଅଧିକାରୀ ଜୟନ୍ତ ବେହେରା, ରୋଟାରି କ୍ଲବ୍‌ର ସଭାପତି ରୋଟାରିଆନ କର୍ନେଲ କ୍ଷେତ୍ରମୋହନ ମହାପାତ୍ର, ସମ୍ପାଦକ ରୋଟାରିଆନ ପ୍ରବଳ ସିହ୍ନା ଏବଂ ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲର ଡା.ରଞ୍ଜିତ କର ପ୍ରମୁଖ ଅତିଥି ଭାବେ ଯୋଗଦେଇ କ୍ୟାନ୍‌ସରଠାରୁ ଦୂରେଇରହିବା ପାଇଁ ବିଭିନ୍ନ ପ୍ରକାର ସଚେତନତା ବାର୍ତ୍ତା ପ୍ରଦାନ ସହ ଏକ ସଚେତନମୂଳକ କାର୍ଯ୍ୟକ୍ରମ ‘ହାଭ ମୋର ଟି, ନୋ ମୋର ପଫ୍‌’ ମାଧ୍ୟମରେ ଚା ସେବନ କର ହେଲେ, ଚା ସେବନ ପରେ ଧୂମପାନକୁ ସମ୍ପୂର୍ଣ୍ଣ ଭାବେ ବାରଣ କରିବା ପାଇଁ ଅତିଥିମାନେ ବିସ୍ତୃତ ଭାବେ ମତବ୍ୟକ୍ତ କରିବା ସହିତ ପରାମର୍ଶ ମଧ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri